ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ । ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଏନେଇ ଆଇନଜୀବୀ ମାନସ ଚାନ୍ଦଙ୍କ ସୂଚନା ଦେଇଛନ୍ତି ।
ନୂଆଦିଲ୍ଲୀ: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସର୍ତ୍ତମୂଳକ ଜାମିନ । ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଏନେଇ ଆଇନଜୀବୀ ମାନସ ଚାନ୍ଦଙ୍କ ସୂଚନା ଦେଇଛନ୍ତି । ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ । ଯଦି ନିର୍ବାଚନ ମଣ୍ଡଳୀକୁ ଯିବେ ତେବେ ଜିଲ୍ଲାପାଳଙ୍କ ଅନୁମତି ନେଇ ଯିବାକୁ ସର୍ତ୍ତ ରହିଛି । ୫ ଜଣରୁ ଅଧିକ ଲୋକଙ୍କୁ ନେଇ ସଭାସମିତି କରି ପାରିବେ ନାହିଁ ।

ସୂଚନା ଅନୁସାରେ, ଗତ ମାର୍ଚ୍ଚ ୧୨ ତାରିଖରେ ବାଣପୁର ବ୍ଲକ ଅଫିସ ସାମ୍ନାରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ଜୋର ଜବରଦସ୍ତ ଭିଡ଼ ଭିତରକୁ ବିଧାୟକ ଗାଡ଼ି ନେଇଥିଲେ। ଏହାପରେ ଲୋକଙ୍କ ଉପରକୁ ଗାଡ଼ି ଚଢ଼ାଇ ଦେଇଥିଲେ। ଯେଉଁଥିରେ ଏକାଧିକ ବ୍ୟକ୍ତି, ପୋଲିସ୍ ଏବଂ ସାମ୍ବାଦିକ ଆହତ ହୋଇଥିଲେ।
ଘଟଣା ପରେ ଲୋକେ ପ୍ରଶାନ୍ତଙ୍କୁ ନିସ୍ତୁକ ପିଟିଥିଲେ। ଏହାପରଠୁ ସେ ହସ୍ପିଟାଲ୍ରେ ଚିକିତ୍ସିତ ହେଉଥିଲେ । ହସ୍ପିଟାଲରୁ ଡିସ୍ଚାର୍ଜ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା ଓ ସେ ଜେଲ୍ ଯାଇଥିଲେ । ଜେଲ୍ରୁ ମୁକୁଳିବା ପାଇଁ ପ୍ରଶାନ୍ତ ଜାମିନ ଆବେଦନ କରିଥିଲେ ମଧ୍ୟ ଏହା ଖାରଜ ହୋଇଯାଇଥିଲା ।












Click it and Unblock the Notifications