ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ। ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଶୋକ ପ୍ରସ୍ତାବ ଆଗତ ପରେ ବିଧାନସଭାରେ ହଟ୍ଟଗୋଳ । ସାର ପ୍ରସଙ୍ଗରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ହଟ୍ଟଗୋଳ। ବାଚସ୍ପତିଙ୍କ ପୋଡ଼ିୟମ ତଳେ ହୋହଲ୍ଲା ସହ ନାରାବାଜୀ ।ଗୃହ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି ।

MLA George Tirkey at odisha assembly

ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା । ପ୍ରାୟ ୩ମାସ ହେଲା ସେ ଅସୁସ୍ଥ ଥିଲେ । ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ହୋଇଥିଲେ ।

ଜର୍ଜ ତିର୍କୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ତାଙ୍କ ଗାଁ ସୁନ୍ଦରଗଡ ଜିଲା ବୀରମିତ୍ରପୁର ଥାନା ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ । ବୀରମିତ୍ରପୁରରୁ ଜର୍ଜ ତିର୍କୀ ୪ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ୨ଥର, ସ୍ୱାଧୀନ ଭାବେ ଥରେ ଓ ସମତାକ୍ରାନ୍ତି ଦଳରୁ ଥରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୫, ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+