କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ, ଯୁବକ ଅଟକ
ଏକ ଶୋଭାଯାତ୍ରା ବେଳେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ଅଭିଯୋଗ ହୋଇଛି। ଗତ ୧୪ ତାରିଖ ରାତିରେ କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା କୋରାପୁଟ ସହରରେ ଅନୁଷ୍ଠିତ ହୋଇଥିଲା। ଶୋଭାଯାତ୍ରା ଗୁଣ୍ଡିଚା ମନ୍ଦିର ନିକଟରୁ ଆରମ୍ଭ ହୋଇ ବସଷ୍ଟାଣ୍ଡରେ ସରିଥିଲା।

ଏହି ଶୋଭାଯାତ୍ରାରେ ତାରାପ୍ରସାଦ ବାହିନୀପତି ଓ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଯୋଗ ଦେଇଥିଲେ।କୋରାପୁଟ ବସ୍ ଷ୍ଟାଣ୍ଡ ନିକଟରେ ହଠାତ କୃଷ୍ଣଚନ୍ଦ୍ର କୁଲଦୀପ ନାମକ ଜଣେ ବ୍ୟକ୍ତି ବାହିନୀପତିଙ୍କୁ ଅଚାନକ ଆକ୍ରମଣ କରିଥିଲେ। ଉପସ୍ଥିତ ଲୋକେ କୃଷ୍ଣକୁ କାବୁ କରି ଟାଉନ ଥାନରେ ଜିମା ଦେଇଥିଲେ। ଟାଉନ ଥାନା ପୋଲିସ କୃଷ୍ଣଙ୍କର ଡାକ୍ତରୀ ପରୀକ୍ଷା କରିବା ସହ ଅଟକ ରଖି ପଚରଉଚରା କରୁଛି। ଉଭୟ ପଟୁ ଥାନାରେ ଲିଖିତ ଅଭିଯୋଗ ହୋଇଛି।












Click it and Unblock the Notifications