ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବେଆଇନ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ
ରାଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଭୁବନେଶ୍ୱରରେ ବେଆଇନ୍ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧିର ପ୍ରତିବାଦରେ ମାଷ୍ଟରକ୍ୟାଂଟିନ ଛକରେ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଭୁବନେଶ୍ୱର: ଆଜି ମଧ୍ୟ ଭୁବନେଶ୍ୱର ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ରାଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଭୁବନେଶ୍ୱରରେ ବେଆଇନ୍ ଭାବେ ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ବୃଦ୍ଧିର ପ୍ରତିବାଦରେ ମାଷ୍ଟରକ୍ୟାଂଟିନ ଛକରେ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଏକ ବିଶାଳ ରାଲି କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଂଟିନ ପର୍ଯ୍ୟନ୍ତ ଯାଇଥିଲା ଏବଂ ସେଠାରେ ରାସ୍ତା ଉପରେ ବସି କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହି ବିକ୍ଷୋଭରେ ବିଏମ୍ସି କମିଶନର ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତଳିକା ଦାହ କରାଯାଇଥିଲା ।
ତେବେ ଏହି ବିକ୍ଷୋପକୁ ନେଇ ରାଜିବ କହିଛନ୍ତି, ଭୁବନେଶ୍ୱର ବାସିନ୍ଦା ୨୨ ବର୍ଷ ଧରି ନବୀନ ସରକାରକୁ ସମର୍ଥନ କରୁଛନ୍ତି । ମାତ୍ର ପ୍ରତିବଦଳରେ ନବୀନ ବାବୁ ଭୁବନେଶ୍ୱର ବାସିନ୍ଦାଙ୍କ ତଣ୍ଟି ଚିପି ହୋଲ୍ଡିଂ ଟ୍ୟାକ୍ସ ଓ ପ୍ରପର୍ଟି ଟ୍ୟାକ୍ସ ଆଦାୟ କରିବା ପାଇଁ ବ୍ୟବସ୍ଥା କରିଛନ୍ତି । ଏହା ପୂର୍ବ ଦେୟର ଦଶଗୁଣରୁ ଅଧିକ । ସ୍ଥଳ ବିଶେଷରେ ଏହା କୋଡିଏ ପଚିଶ ଗୁଣର ହୋଇଥିବା ମଧ୍ୟ ଦେଖାଯାଇଛି ।












Click it and Unblock the Notifications