ଅନାସ୍ଥା ପ୍ରସ୍ତାବ ଆଣିବା ପରେ ବିଜେଡିର ସହଯୋଗ ଲୋଡ଼ିଲା କଂଗ୍ରେସ

ଅନାସ୍ଥା ପ୍ରସ୍ତାବ ଆଣିବା ପରେ ବିଜେଡିର ସହଯୋଗ ଲୋଡ଼ିଲା କଂଗ୍ରେସ । ବିରୋଧୀଦଳ ନେତାଙ୍କ ପ୍ରକୋଷ୍ଠକୁ ଗଲେ କଂଗ୍ରେସ ବିଧାୟକ ଦଳ ନେତା । କଂଗ୍ରେସ ବିଧାୟକ ଦଳ ନେତା ରାମ ଚନ୍ଦ୍ର କାଡାମ, ତାରା ବାହିନୀପତି ଗଲେ ।

Congress

ସୂଚନା ଯୋଗ୍ୟ ଯେ ଆଜି ସରକାର ବିରୋଧରେ ଅନାସ୍ଥା ଆଣିଲା କଂଗ୍ରେସ । ଏନେଇ କଂଗ୍ରେସର ବିଧାୟକମାନେ ଚିଠି ଦେବା ସହିତ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିଛନ୍ତି । ତେବେ ଏହି ଅନାସ୍ଥା ପ୍ରସ୍ତାବ ନେଇ ୧୫ ବିଧାୟକଙ୍କ ସମର୍ଥନ ଥିବା ନେଇ କଂଗ୍ରେସ ନେତା ଦାବି କରିଛନ୍ତି । ଅନ୍ୟପଟେ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନି । ଏ ସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏ ନେଇ ବିଜେଡି ସହ ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି । ଅନ୍ୟପଟେ ଅନାସ୍ଥା ଆଣିଲେ କଂଗ୍ରେସ ଲୋକହସା ହେବ । ସଂଖ୍ୟା ନଥାଇ ଅନାସ୍ଥା ଆଣିବା, କେବଳ ଗଣମାଧ୍ୟମରେ ଚର୍ଚ୍ଚାରେ ରହିବାକୁ କଂଗ୍ରେସର ଏକ ଷ୍ଟଣ୍ଟ ବୋଲି କହିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+