Get Updates
Get notified of breaking news, exclusive insights, and must-see stories!

ତୈଳଦର ବୃଦ୍ଧିକୁ ନେଇ ଆସନ୍ତା ଜୁଲାଇ ୭ ରୁ ୧୭ ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ

ତୈଳଦର ବୃଦ୍ଧିକୁ ନେଇ ଆସନ୍ତା ଜୁଲାଇ ୭ ରୁ ୧୭ ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ କଂଗ୍ରେସ

ଭୁବନେଶ୍ୱର: କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି କରିବା ଦ୍ୱାରା ଦେଶରେ ପ୍ରାୟ ୧୫୦ ସହରରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି । ରନ୍ଧନ ଗ୍ୟାସ, ଖାଇବା ତେଲ, ଡାଲି ଜାତୀୟ ଦ୍ରବ୍ୟ ଠାରୁ ଆରମ୍ଭ କରି ନିତ୍ୟବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁ ହୋଇଛି ଓ ସାଧାରଣ ଖାଉଟୀମାନେ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି । ଲୋକମାନଙ୍କ ଏପରି ଦୁଃଖ ଦୁର୍ଦ୍ଦଶାକୁ ହୃଦୟଙ୍ଗମ କରି ଏଆଇସିସି ତରଫରୁ ସାରା ଦେଶରେ ବ୍ଲକ, ନଗର, ଜିଲ୍ଲା ଓ ପ୍ରଦେଶ ସ୍ତରରେ କଂଗ୍ରେସ ଦଳ ପକ୍ଷରୁ ଧାରଣା, ବିକ୍ଷୋଭ ଓ ପ୍ରତିବାଦ ସହ ସାଇକେଳ ଯାତ୍ରା ମାଧ୍ୟମରେ ବିଭିନ୍ନ କାର୍ଯ୍ୟକ୍ରମ ଆସନ୍ତା ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ନିଷ୍ପତି ନିଆଯାଇଛି ।

Congress

ଏଆଇସିସି ନିର୍ଦେଶ ମୁତାବକ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ନିମ୍ନଲିଖିତ କାର୍ଯ୍ୟକ୍ରମ ଆସନ୍ତା ମାସ ୭ ଜୁଲାଇ ବୁଧବାର ଠାରୁ ୧୭ ଜୁଲାଇ ଶନିବାର ପର୍ଯ୍ୟନ୍ତ ରାଜ୍ୟ ବ୍ୟାପି କରିବାପାଇଁ ନିଷ୍ପତି ଗ୍ରହଣ କରାଯାଇଛି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି ।

ଆସନ୍ତା ବୁଧବାର ୧୦ ଘଟିକା ସମୟରେ ରାଜ୍ୟର ସମସ୍ତ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଥାଳି, ଖଞ୍ଜଣି ବଜେଇ, ପ୍ଲାକାର୍ଡ଼, ବ୍ୟାନର ଓ ପତାକା ସହ ଦିବା ୧ ଘଟିକା ପର୍ଯ୍ୟନ୍ତ ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ, ଖାଇବା ତେଲ ଓ ନିତ୍ୟବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ଦର ବୃଦ୍ଧି, ଧାନର କ୍ୟୁଂଟାଲ ପ୍ରତି ଏମ୍‌ଏସପି ୨୯୩୦ ଟଙ୍କାକୁ ବୃଦ୍ଧିକରିବା, ଧାନକିଣିବାର ଟୋକନ ଅବଧିକୁ ଜୁନ-୩୦ ପରିବର୍ତ୍ତେ ଜୁଲାଇ-୨୫ ପର୍ଯ୍ୟନ୍ତ ବୃଦ୍ଧି କରିବା, କଟଣୀ ଓ ଛଟଣୀକୁ ସଂପୂର୍ଣ୍ଣ ବାଦ ଦେବା, ଖରିଫ ଋତୁରେ ସମସ୍ତ ଚାଷୀଭାଇଙ୍କୁ ରିହାତି ଦରରେ ବିହନ, ସାର ଓ କୀଟନାଶକ ଦ୍ରବ୍ୟ ଅବିଳମ୍ବେ ପ୍ରଦାନ କରିବା ଦାବିରେ କଂଗ୍ରେସ ଆନ୍ଦେଳନ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+