ଶକ୍ତି ଦେଖାଇବ କଂଗ୍ରେସ ; ଆଜି ବଲାଙ୍ଗୀର ଗସ୍ତରେ ଆସିବେ ରାହୁଲ, କାଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ
ଆଜି ଓଡିଶା ଆସିବେ ରାହୁଲ ଗାନ୍ଧି । ବଲାଙ୍ଗିର ଗସ୍ତରେ ଆସିବେ କଂଗ୍ରେସର ଷ୍ଟାର କ୍ୟାମ୍ପେନର ରାହୁଲ ଗାନ୍ଧି। ଏଥିପାଇଁ ଚଳଚଞ୍ଚଳ କଂଗ୍ରେସ କ୍ୟାମ୍ପ। କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଂଚି ସିଧାସଳଖ ବଲାଙ୍ଗିର ଯିବେ।

ସେଠାରେ ନିର୍ବାଚନୀ ସଭା ଓ ବାଇକ ରାଲିରେ ସାମିଲ ହୋଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ପାଇଁ ରାହୁଲ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡ଼ିଛି।
ସେହିପରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଆସନ୍ତା ୧୬ତାରିଖରେ ଓଡ଼ିଶା ଆସିବେ। ସେ ଫୁଲବାଣୀ ଯାଇ ସେଠାରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ଏହାପରେ ଭୁବନେଶ୍ୱର ଫେରି ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି ।












Click it and Unblock the Notifications