ଆଜି ରଥଯାତ୍ରା ପାଇଁ ଆରମ୍ଭ ହେବ ରଥ ନିର୍ମାଣ, ଚାପ ଖେଳିବେ ମହାପ୍ରଭୁ
ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ସହ ଚନ୍ଦନ ଯାତ୍ରା ଆରମ୍ଭ ହେବ। ଏଥିପାଇଁ ନରେନ୍ଦ୍ର ପୁଷ୍କରିଣୀ ସଜେଇ ହୋଇଥିବା ବେଳେ ମହାପ୍ରଭୁଙ୍କ ଆଗମନକୁ ଅପେକ୍ଷା କରିଛନ୍ତି ଚାପ ଡଙ୍ଗା ନନ୍ଦା ଓ ଭଦ୍ରା।

ତେବେ ଚନ୍ଦନ ଯାତ୍ରା ପାଇଁ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଚନ୍ଦନ ଚାପକୁ ଶୃଙ୍ଖଳିତ କରିବା ପାଇଁ ୫ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୫ ଡିଏସପି, ୮ ଇନ୍ସପେକ୍ଟରଙ୍କ ଓ ୨୦ ଜଣ ସବ ଇନ୍ସପେକ୍ଟର ଦାୟିତ୍ବରେ ରହିବେ। ଚନ୍ଦନ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମକୃଷ୍ଣ, ମଦନମୋହନ, ଶ୍ରୀଦେବୀ, ଭୂଦେବୀଙ୍କ ସମେତ ପଞ୍ଚୁପାଣ୍ଡବ ଆଜିଠାରୁ ନରେନ୍ଦ୍ର ପୁଷ୍କରିଣୀରେ ୨୧ ଦିନ ବ୍ୟାପି ନୌକାବିହାର ବା ଜଳକ୍ରୀଡା କରିବେ।












Click it and Unblock the Notifications