ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ: ମୋହନ ମାଝୀ

ଲୋକସେବା ଭବନରେ ଆଜିଠାରୁ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ । ଏହାପରେ ମୁଖ୍ୟମନ୍ତ୍ରୀ ଆଜି ଠାରୁ ବିଧିବଦ୍ଧଭାବେ ଲୋକସେବା ଭବନରେ କାର୍ୟ୍ୟଭାର ସମ୍ଭାଳିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି । ଏଣିକି ସରକାରୀ କା ଓଡ଼ିଆ ଭାଷାରେ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ୱ ଦିଆଯିବ । ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ହେବ । ଭୌତିକ ପ୍ରଗତୀ ସହ ସାଂସ୍କୃତିକ ପ୍ରଗତରକୁ ଗୁରୁତ୍ୱ ଦିଆଯିବ । ଓଡ଼ିଆ ଭାଷାର ପ୍ରଚାରପ୍ରସାର ପାଇଁ କମିଶନ ଗଠନ ହେବ ।

Mohan Majhi

ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର ହେବ । ଆବଶ୍ୟକ ପଡ଼ିଲେ ସରକାରୀ ଭାଷା ଆଇନରେ ସଂଶୋଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ। ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ । ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସରକାର ସଂକଳ୍ପବଦ୍ଧ ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହ ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପ୍ରକାଶ ଯେ ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ।

ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭାବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ। ଏହାପରେ ଆଜିଠୁ ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ କରିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+