ପୁଣି ଲାଗିଲା ଗ୍ରାହକଙ୍କୁ ବଡ ଝଟକା, ବଢିଲା ସୁନା ଦର; ଜାଣନ୍ତୁ କେତେ ?

ଗ୍ରାହକଙ୍କ ପାଇଁ ମୁଣ୍ଡରେ ଚଡକ । ପୁଣି ବଢିଲା ସୁନା ଦର । ଦୁଇ ଦିନ ଦର ହ୍ରାସ ପାଇବା ପରେ ଆଜି ଦ୍ରୁତ ଗତିରେ ବୃଦ୍ଧି ପାଇଛି । ୨୪କ୍ୟାରେଟ ସୁନାର ଦାମ୍‌ ୧୦ଗ୍ରାମ୍‌ ପ୍ରତି ୧୯୭୦ଟଙ୍କା ବୃଦ୍ଧି ପାଇ ୧ଲକ୍ଷ ୫୭ହଜାର ୯୦୦ଟଙ୍କାରେ ପହଞ୍ଚିଛି । ଗତକାଲି ୨୪କ୍ୟାରେଟ ସୁନାର ଦାମ୍‌ ୧ଲକ୍ଷ ୫୫ହଜାର ୯୩୦ଟଙ୍କା ରହିଥିଲା । ସେହିପରି ୨୨କ୍ୟାରେଟ ସୁନାର ଦାମ୍‌ ୧୮ଶହ ଟଙ୍କା ବୃଦ୍ଧି ପାଇଛି । ୨୨କ୍ୟାରେଟ ସୁନାର ଦାମ୍‌ ୧ଲକ୍ଷ ୪୪ହଜାର ୭୫୦ ଟଙ୍କା ହୋଇଛି । ଗତକାଲି ଏହାର ଦାମ୍‌ ୧ଲକ୍ଷ ୪୨ହଜାର ୯୫୦ଟଙ୍କା ରହିଥିଲା ।

gold prices

ଅନ୍ୟପଟେ ରୂପା ଦର ମଧ୍ୟ ହ୍ରାସ ପାଇଛି । ରୂପା ଦର ୫ହଜାର ଟଙ୍କା ହ୍ରାସ ପାଇ କିଲୋଗ୍ରାମ୍‌ ପିଛା ୨ଲକ୍ଷ ୭୫ ହଜାରରେ ପହଞ୍ଚିଛି । ଗତକାଲି ରୂପା କିଲୋ ପିଛା ୨ଲକ୍ଷ ୮୦ହଜାର ଟଙ୍କା ରହିଥିଲା । ବାରମ୍ବାର ସୁନାର ଓ ରୂପା ଦରରେ ପରିବର୍ତ୍ତନ ହେଉଥିବାରୁ ଗ୍ରାହକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+