For Quick Alerts
Turn On Notification  
For Daily Alerts
Oneindia App Download

ରାଜଧାନୀରେ ଆରମ୍ଭ ହେବ କଣ୍ଟେନମେଣ୍ଟ ଜୋନ୍

ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବ କଣ୍ଟେନମେଣ୍ଟ ଜୋନ୍ । ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ଅଞ୍ଚଳର ତାଲିକା ପ୍ରସ୍ତୁତ କରିଛି ବିଏମସି ।

|

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେବ କଣ୍ଟେନମେଣ୍ଟ ଜୋନ୍ । ଅଧିକ ସଂକ୍ରମିତ ଚିହ୍ନଟ ହେଉଥିବା ଅଞ୍ଚଳର ତାଲିକା ପ୍ରସ୍ତୁତ କରିଛି ବିଏମସି । ଅଧିକ ସ୍କ୍ୱାଡ ଗଠନ ସହ ଏନଫୋର୍ସମେଣ୍ଟକୁ କଡ଼ାକଡ଼ି କରାଯିବ । ଏନେଇ ବିଏମସି ଡେପୁଟି କମିଶନର ତଥା ନୋଡାଲ ଅଫିସର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।

Containment Zone

ସୂଚନାଥାଉ କି, ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୦୪୪ ଜଣ ଆକ୍ରାନ୍ତ ବିଏମସି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ତେବେ ସଂକ୍ରମଣ ବଢୁଥିବାରୁ ଚିନ୍ତା ବଢୁଛି । ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ତ୍ୱରାନ୍ୱିତ କରାଯାଇଛି । ଟେଷ୍ଟିଂ ବୃଦ୍ଧି ଯୋଗୁଁ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବିଏମସିର ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ସଟଡାଉନ କଥା ମଧ୍ୟ ଆଲୋଚନା ହେଉଛି । କିଛି ନିଷ୍ପତ୍ତି ହୋଇନି ତଥାପି କଣ୍ଟେନମେଣ୍ଟ ଜୋନ୍ ସମ୍ପର୍କରେ ଖୁବଶୀଘ୍ର ନିଷ୍ପତ୍ତି ହେବ ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନର ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Containment Zone will start in Capital Bhubaneswar
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X