କରମଣ୍ତଳ ଏକ୍ସପ୍ରେସ ଦୁର୍ଘଟଣା: ଆସନ୍ତାକାଲି ଘଟଣାସ୍ଥଳକୁ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:କରମଣ୍ତଳ ଏକ୍ସପ୍ରେସ ଦୁର୍ଘଟଣା । ଆସନ୍ତାକାଲି ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ । ଏସଆରସି କଣ୍ଟ୍ରୋଲ ରୁମକୁ ଯାଇ ଉଦ୍ଧାର କାର୍ଯ୍ୟ ସମୀକ୍ଷା କରିବା ସହ ନିଜ ଗସ୍ତ ବିଷୟରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଗଭୀର ଶୋକ ପ୍ରକାଶ କରିଛନ୍ତି ନବୀନ ।

Coromondol Express Accident

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହାଏକ ଦୁଃଖଦାୟକ ଘଟଣା । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ସବୁଠୁ ବଡ଼ କଥା । ଟ୍ରେନରେ ଫସି ରହିଥିବା ଲୋକଙ୍କର ଜୀବନ ରକ୍ଷା କରିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଏବଂ ପ୍ରଥମ କାର୍ଯ୍ୟ । ଏହା ସହ ଶନିବାର ଅର୍ଥାତ୍ ଆସନ୍ତା କାଲି ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁସାରେ, ମୃତ୍ୟୁ ସଂଖ୍ୟା ୫୦ ହୋଇଥିବା ବେଳେ ୩୦୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି । ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉଦ୍ଧାର ପାଇଁ ୧୦୦ଟି ଆମ୍ବୁଲାନ୍ସ ଏବଂ ପୋଲିସ ମୁତୟନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+