୨୪ ଘଣ୍ଟାରେ ୧୬ ଜିଲ୍ଲାରୁ ଚିହ୍ନଟ ହେଲେ ୨୧୨ କରୋନା ସଂକ୍ରମିତ

ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରୁ ଆଉ ୨୧୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯ଟି ମାମଲା ସ୍ଥାନୀୟ ସଂକ୍ରମଣ ।

ଭୁବନେଶ୍ୱର: କମୁଛି କରୋନା ସଂକ୍ରମଣ, କୋଭିଡ୍ ମୁକ୍ତ ହେଉଛି ଜିଲ୍ଲା । ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରୁ ଆଉ ୨୧୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯ଟି ମାମଲା ସ୍ଥାନୀୟ ସଂକ୍ରମଣ ।

odisha corona cases

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯୦ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୯ଜଣ, ଷ୍ଟେଟ ପୁଲ୍‌ରୁ ୨୨ଜଣ ରହିଛନ୍ତି ।

ଏଯାବତ୍ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୩୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୨୧୯୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

ସେହିପରି ଗତ ୨୪ ଘଣ୍ଟାରେ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୬ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାର ୨ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+