କମୁଛି କରୋନା, ଆଜି 5 ଶହ ତଳେ ସଂକ୍ରମଣ ଗ୍ରାଫ
ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା । ଆଜି 5 ଶହ ତଳେ ରହିଛି ସଂକ୍ରମଣ ଗ୍ରାଫ୍ । ଗତ 24 ଘଣ୍ଟା ମଧ୍ୟରେ 492 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା । ଆଜି 5 ଶହ ତଳେ ରହିଛି ସଂକ୍ରମଣ ଗ୍ରାଫ୍ । ଗତ 24 ଘଣ୍ଟା ମଧ୍ୟରେ 492 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 289 ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ 203 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ 18 ବର୍ଷରୁ କମ୍ ବୟସର 122ଜଣ ରହିଛନ୍ତି ।

ତେବେ ସବୁଦିନ ପରି ଆଜି ମଧ୍ୟ ଖୋର୍ଦ୍ଧ ଜିଲ୍ଲାରୁ ସର୍ବାଧିକ 45 ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ 32, ଗଜପତିରୁ 26, କୋରାପୁଟରୁ 24 ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ 12822481ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 6308ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ 1267109ଜଣ ସୁସ୍ଥ ହୋଇଛନ୍ତି ।
ଅନ୍ୟପଟେ ରାଜ୍ୟରେ ଆଉ 17 ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ ମୋଟ କୋଭିଡ୍ ମୃତ୍ୟୁ ସଂଖ୍ୟା 9,011କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟଣ ବିଭାଗର ସୂଚନା ଦିଆଯାଇଛି ।












Click it and Unblock the Notifications