ପୁଣି କରୋନା ନେଲା ଜୀବନ, ୭ ଜିଲ୍ଲାରୁ ୧୬ ମୃତ

ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର: ସଂକ୍ରମଣ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି।

Corona Death

ଏହି ୧୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଅଛନ୍ତି। ସେହିପରି ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଏବଂ ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।

ଆଉ ୪ ଜଣ ପ୍ରାଣ ହରାଇବା ପରେ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୪କୁ ବୃଦ୍ଧି ପାଇଛି। ଏହା ସହିତ ଏଯାବତ ଖୋର୍ଦ୍ଧା ଜିଲ୍ଲାରେ ସବୁଠୁ ଅଧିକ ଲୋକଙ୍କର କରୋନାରେ ମୃତ୍ୟୁ ଘଟିଛି। ସେହିପରି ଗଜପତିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୪୬, ପୁରୀରେ ୧୨୮, ରାୟଗଡ଼ାରେ ୬୯, ସମ୍ବଳପୁରରେ ୮୨ ଓ ସୁନ୍ଦରଗଡ଼ରେ ୨୦୦ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+