ପୁଣି ୧୯ ଜଣଙ୍କ ଜୀବନ ନେଲା ମହାମାରୀ

ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୧୩ରେ ପହଞ୍ଚି ଯାଇଛି।

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୧୩ରେ ପହଞ୍ଚି ଯାଇଛି।

corona death

୧୦ଟି ଜିଲ୍ଲାରୁ ଏହି ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଅଛନ୍ତି। ସେହିପରି ଅନୁଗୋଳ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ନୂଆପଡ଼ା ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି। ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁଙ୍କ ଜୀବନ ନେଇ କରୋନା।

ଆଉ ୪ଟି ମୃତ୍ୟୁ ମାମଲା ସହିତ ଖୋର୍ଦ୍ଧାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୮କୁ ବୃଦ୍ଧି ପାଇଛି, ଯାହା ରାଜ୍ୟରେ ସର୍ବାଧିକ। ଅନୁଗୋଳ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୬୨କୁ ବୃଦ୍ଧି ପାଇଥିବା ବେଳେ ରାୟଗଡ଼ାରେ ୮୫, ନୂଆପଡ଼ାରେ ୪୦, ସୁନ୍ଦରଗଡ଼ରେ ୨୨୩, ଗଜପତିରେ ୪୧, କେନ୍ଦ୍ରାପଡ଼ାରେ ୩୫, ନବରଙ୍ଗପୁରରେ ୧୬,ନୟାଗଡ଼ରେ ୪୭ ଓ ପୁରୀରେ ୧୪୨ରେ ପହଞ୍ଚିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+