Odisha Corona Update: ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ
ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୦କୁ ବୃଦ୍ଧି ପାଇଛି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨ ଜଣଙ୍କର କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଦୁଇ ଜଣ ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି ।

ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୩୫ କ୍ୱାରେଣ୍ଟାଇନ୍ ଓ ୭୪୯ଟି ହେଉଛି ଲୋକାଲ କେସ୍। ନୂଆପଡ଼ାରେ ସର୍ବାଧିକ ୩୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୩୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୦୬୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୩୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।












Click it and Unblock the Notifications