ପୁଣି ବଢିଲା ମୃତ୍ୟୁ ସଂଖ୍ୟା, ଆଜି ରାଜ୍ୟରେ ଆଉ ୧୫ ଜୀବନ ନେଲା କରୋନା
ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।
ଭୁବନେଶ୍ୱର: ଗତକାଲି ମୃତ୍ୟୁ ସଂଖ୍ୟା ସାମାନ୍ୟ କମିଥିବା ବେଳେ ପୁଣି ଆଜି ଏହା ଦୁଇ ଗୁଣିତ ହୋଇଛି । ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

ଏହି ୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି। ସେହିପରି ରାୟଗଡ଼ା ଜିଲ୍ଲାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସୁନ୍ଦରଗଡ଼ ଓ କଳାହାଣ୍ଡିରେ ୨ ଜଣ ଲେଖାଏଁ ଏବଂ କଟକ, ପୁରୀ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି।
ଆଉ ୫ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୦ରେ ପହଞ୍ଚି ଯାଇଛି। ରାଜ୍ୟରେ ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରେ କରୋନାରେ ସବୁଠୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୭ରେ ପହଞ୍ଚିଥିବା ବେଳେ ସୁନ୍ଦରଗଡ଼ରେ ୧୯୮, କଳାହାଣ୍ଡିରେ ୪୩, କଟକରେ ୧୪୭, ପୁରୀରେ ୧୨୭ ଓ ସୁବର୍ଣ୍ଣପୁରରେ ୨୨ ହୋଇଛି।












Click it and Unblock the Notifications