ଆଜି ପୁଣି କରୋନା ନେଲା ୧୯ ଜୀବନ
ରାଜ୍ୟରେ ଆଜି ପୁଣି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୧୯ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫୧କୁ ବୃଦ୍ଧି ପାଇଛି।

ରାଜ୍ୟରେ ଆଖି ବୁଜିଥିବା ୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖା ଆକ୍ରାନ୍ତ କରୋନାରେ ପ୍ରାଣ ହରାଇଛନ୍ତି। ବାଲେଶ୍ୱର, ବରଗଡ଼, ବୌଦ୍ଧ, ବଲାଙ୍ଗିରରୁ ଜଣେ ଲେଖାଏ ପଜିଟିଭ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖା କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ, କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୃ ହୋଇଥିବା ବେଳେ ରାୟଗଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।












Click it and Unblock the Notifications