ଆଜି କରୋନା ନେଲା ଆଉ ୫ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ପହଞ୍ଚିଲା ୧୯୫୮ରେ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି । ଏଥି ସହ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୮କୁ ବୃଦ୍ଧି ପାଇଛି ।
ଭୁବନେଶ୍ୱର: ଦୈନିକ ସଂକ୍ରମଣରେ ବୃଦ୍ଧି ଘଟୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣ ବ୍ୟକ୍ତି କରୋନାରେ ପ୍ରାଣ ହରାଇଛନ୍ତି । ଏଥି ସହ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୮କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୨୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୯୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୯୩୭୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୫୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୭୦୬୯୪୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୩୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।












Click it and Unblock the Notifications