ଆଜି ବଢିଲା ମୃତ୍ୟୁ ସଂଖ୍ୟା: ଦିନକରେ ରେକର୍ଡ ୩୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଗତକାଲି ୩୫ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୭୯୧କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଇଛି କରୋନା ଦୈନିକ ମୃତ୍ୟୁ ସଂଖ୍ୟା । ଦୈନିକ ସଂକ୍ରମଣ ସଂଖ୍ୟା ଧୀରେ ଧୀରେ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବଢିବାରେ ଲାଗିଛି । ଆଜି ରାଜ୍ୟରେ ପୁଣି ବଢିଛି କରୋନା ମୃତ୍ୟୁ ସଂଖ୍ୟା । ଗତକାଲି ୩୫ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ୨୪ ଘଣ୍ଟା ମଧ୍ୟରେ ପୁଣି ୩୭ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୭୯୧କୁ ବୃଦ୍ଧି ପାଇଛି।

 Corona Death In Odisha

ଅନୁଗୁଳରୁ ସର୍ବାଧିକ ୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି ଓ କଟକରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । କେନ୍ଦ୍ରାପଡ଼ା, ନୂଆପଡ଼ା, ରାୟଗଡ଼ା ଓ ସୋନପୁରରୁ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କୋରାପୁଟ, ବଲାଙ୍ଗୀର, ଜଗପତି ଓ ଗଞ୍ଜାମରୁ ଜଣେ ଲେଖାଏ କରୋନାରେ ମୃତ୍ୟୁବରଣ କରିଛନ୍ତି ।

ତେବେ ମୃତ୍ୟୁ ସଂଖ୍ୟା ତାଲିକାକୁ ଦେଖିଲେ ଜଣାଯାଏ, ଗତ ୬ ଦିନ ହେବ ଅନୁଗୋଳରୁ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇଲେ ଆଜି ସୁଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୪କୁ ଛୁଇଁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+