ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି, ଦେଶରେ ୫୭୫୫ ଆକ୍ରାନ୍ତ
ରାଜ୍ୟରେ ଆଉ ନୂଆ ୭ କରୋନା ଆକ୍ରାନ୍ତ ଟିହ୍ନଟ । ୪୫କୁ ପହଞ୍ଚିଲା ମୋଟ କରୋନା ପଜିଟିଭ୍ ସଂଖ୍ୟା। ରାଜ୍ୟରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ।
ବର୍ତ୍ତମାନ ସୁଦ୍ଧା ୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି । ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ରଙ୍କ ସୂଚନା।
ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ରହିଛି। ୧୨ ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି। ତେବେ ଆଗକୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା ରହିଛି। ଦେଶରେ ବି କରୋନା ସଂକ୍ରମିତ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ୫୭୫୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କେରଳରେ ସର୍ବାଧିକ ୧୮୦୬ ଆକ୍ରାନ୍ତ ଚିହ୍ନଟ ହେଲେଣି। ଦିଲ୍ଲୀରେ ବର୍ତ୍ତମାନ ସୁଦ୍ଧା ୬୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି। ଜନସ୍ଵାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି।












Click it and Unblock the Notifications