Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୩୯୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ପୁଣି ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୩୯୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୨୪ ଘଣ୍ଟାରେ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସମ୍ବଲପୁରରେ ୭୧ ଜଣ, କଟକରୁ ୬୫, ମୟୂରଭଞ୍ଜରୁ ୨୮ ଜଣ, ବଲାଙ୍ଗୀରରୁ ୨୧ ଜଣ, ଖୋର୍ଦ୍ଧାରୁ ୨୭, ଅନୁଗୁଳରୁ ୨, ବରଗଡ଼ରୁ ୩ ଜଣ, ବଲାଙ୍ଗୀରରୁ ୨୧ ଜଣ, ବୌଦ୍ଧରୁ ୬, ଦେଓଗଡ଼ରୁ ୩ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ଜଣେ, ଝାରସୁଗୁଡାରୁ ଜଣେ,

ODISHA_CORONA

କଳାଆହାଣ୍ତିରୁ ୨ ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, କୋରାପୁଟରୁ ୩ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ଜଣେ ଏବଂ ସୋନପୁରରୁ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନାଥାଉ ଯେ, ବଢୁଥିବା କରୋନା ସଂକ୍ରମଣକୁ ନଜରରେ ରଖି ସୋମବାରଠୁ ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଣିକି ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନରେ ମାସ୍କର ବ୍ୟବହାରକୁ କାର୍ଯ୍ୟକାରୀ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି । ସମସ୍ତ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ, ଅଧିକାରୀ, ଲାବୋରେଟୋରୀ ସେବା ପ୍ରଦାନ କରୁଥିବା ବ୍ୟକ୍ତିମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ଅବଗତ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+