ରାଜ୍ୟରେ କମୁଛି କରୋନା ସଂକ୍ରମଣ ହାର: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ରାଜ୍ୟରେ କମୁଛି ସଂକ୍ରମଣ ହାର। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି ଯେ ଗୋଟିଏ ସମୟ ଥିଲା ଆମର ୨୩% ଉପରେ ସଂକ୍ରମଣ ହାର ରହୁଥିଲା। ଧିରେ ଧିରେ କମି ବର୍ତ୍ତମାନ ୯ ପ୍ରତିଶତରେ ପହଞ୍ଚିଲାଣି।
ଭୁବନେଶ୍ୱର: ରାଜ୍ୟରେ ଏବେ ଦୈନିକ କରୋନା ସଂକ୍ରମଣ ଧିରେ ଧିରେ କମ ହେବାରେ ଲାଗିଛି । ସେହିପରି କୋଭଡ ମହାମାରୀକୁ ନେଇ ସାମ୍ନାକୁ ଆସିଛି ଆଉ ଏକ ଆଶ୍ବସ୍ଥି କର ଖବର ।

ରାଜ୍ୟରେ କମୁଛି ସଂକ୍ରମଣ ହାର। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି ଯେ ଗୋଟିଏ ସମୟ ଥିଲା ଆମର ୨୩% ଉପରେ ସଂକ୍ରମଣ ହାର ରହୁଥିଲା। ଧିରେ ଧିରେ କମି ବର୍ତ୍ତମାନ ୯ ପ୍ରତିଶତରେ ପହଞ୍ଚିଲାଣି। ସେତେବେଳେ ଟେଷ୍ଟିଂ କମ୍ ଥିଲା, ଏବେ ଟେଷ୍ଟିଂ ଗୁରୁତ୍ୱ ଦେଇ ବଢ଼ାଇଛୁ। ଏଥିରୁ ଜଣାପଡ଼ୁଛି ଆମ ସଂକ୍ରମଣ କମୁଛି, ଆମ ସର୍ଭେଲାନ୍ସ କାମ ଦେଇଛି। ସଂକ୍ରମଣ ବ୍ରେକ ପାଇଁ ଯେଉଁ ପ୍ରୟାସ ଥିଲା, ତାହା ସଫଳ ହୋଇଛି। ଏହିପରି ସଂକ୍ରମଣ କମିଲେ, ଆଶା ଯାହା ସେଠି ପହଞ୍ଚିବାକୁ ୭ରୁ ୮ ଦିନ ଲାଗିବ।
ସୂଚନାଥାଉ କି, ରାଜ୍ୟରେ ଆଜି ୭୦୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଂଟରରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦୮୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ଷ୍ଟେଟ୍ ପୁଲର ସଂଖ୍ୟା ୨୦୭ ରହିଛି।
ରାଜ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୧୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଅନୁଗୁଳରୁ ୩୮୮, ବାଲେଶ୍ୱରରୁ ୩୩୧, ବରଗଡ଼ରୁ ୧୧୭, ଭଦ୍ରକରୁ ୨୬୭, ବଲାଙ୍ଗୀରରୁ ୮୯୬, ବୌଦ୍ଧରୁ ୧୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କଟକରୁ ୭୭୧, ଦେବଗଡ଼ରୁ ୬୪, ଢେଙ୍କାନାଳରୁ ୧୦୬, ଗଜପତିରୁ ୪୮. ଗଞ୍ଜାମରୁ ୭୪, ଜଗତସିଂହପୁରରୁ ୨୩୨, ଯାଜପୁରରୁ ୪୮୬, ଝାରସୁଗୁଡ଼ାରୁ ୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିରୁ ୧୦୩, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧୮୮, କେନ୍ଦୁଝରରୁ ୧୪୮, ଖୋର୍ଧାରୁ ୧୧୬୭, କୋରାପୁଟରୁ ୧୫୮, ମାଲଗାନଗିରିରୁ ୯୫, ମୟୂରଭଞ୍ଜରୁ ୩୭୦, ନବରଙ୍ଗପୁରରୁ ୧୯୮, ନୟାଗଡ଼ରୁ ୧୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ, ନୂଆପଡ଼ାରୁ ୨୮, ପୁରୀରୁ ୩୦୬, ରାୟଗଡ଼ାରୁ ୨୨୨, ସମ୍ବଲପୁରରୁ ୧୦୭, ସୋନପୁରରୁ ୫୯ ଓ ସୁନ୍ଦରଗଡ଼ରୁ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।












Click it and Unblock the Notifications