ରାଜ୍ୟରେ କମୁଛି ପଜିଟିଭ ହାର, ରଜ ଓ ସାବିତ୍ରୀରେ ସତର୍କ ରହିବାକୁ ନିର୍ଦ୍ଦେଶ
ରାଜ୍ୟରେ କରୋନାର ସ୍ଥିତି ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଆଜି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ପଜିଟିଭ ହାର କମିଛି । ମେ ୨୨ ରେ ସର୍ବାଧିକ ୧୨୮୫୨ ପଜିଟିଭ ଚିହ୍ନଟ ହୋଇଥିଲେ ।
ଭୁବନେଶ୍ୱର: କୋଭିଡ୍ ପରିସ୍ଥିତି ନେଇ ଏସିଏସଙ୍କ ପ୍ରେସମିଟ୍। ରାଜ୍ୟରେ କରୋନାର ସ୍ଥିତି ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଆଜି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛନ୍ତି । ସେ କହିଛନ୍ତି ଯେ ରାଜ୍ୟରେ ପଜିଟିଭ ହାର କମିଛି । ମେ ୨୨ ରେ ସର୍ବାଧିକ ୧୨୮୫୨ ପଜିଟିଭ ଚିହ୍ନଟ ହୋଇଥିଲେ । ଏହା ପରେ ବାତ୍ୟା ପାଇଁ ଟେଷ୍ଟ କମିବାରୁ ପଜିଟିଭ ସଂଖ୍ୟା କମିଥିଲା । ମାତ୍ର ପରବର୍ତ୍ତୀ ପର୍ଯ୍ୟାୟରେ ଟେଷ୍ଟ ବଢ଼ିଥିଲେ ବି ସଂକ୍ରମଣ କମିଛି । ମେ ୨୨ ତାରିଖକୁ ଆମ ରାଜ୍ୟ ପାଇଁ ପିକ ବୋଲି ଧରିବାକୁ ହେବ ।

ରାଜ୍ୟର ୯ଟି ଜିଲ୍ଲାରୁ ଆସୁଛି ୬୦ ପ୍ରତିଶତ ମାମଲା। କିନ୍ତୁ ରାଜ୍ୟରେ ଲକ୍ଡାଉନ କାରଣରୁ ଏବେ ପଜିଟିଭ୍ ରେଟ୍ କମୁଛି। ରାଜ୍ୟରେ ଏବେ କରୋନା ପଜିଟିଭ ହାର କମି ୧୪ ପ୍ରତିଶତରେ ପହଞ୍ଚିଛି। ରାଜ୍ୟରେ ୯ଟି ଜିଲ୍ଲାରୁ ୬୦ ପ୍ରତିଶତ ମାମଲା ଆସୁଥିବା ବେଳେ ୧୯ଟି ଜିଲ୍ଲାରେ ପଜିଟିଭ୍ ହାର କମିବାରେ ଲାଗିଛି। ୫ଟି ଜିଲ୍ଲାରେ ପଜିଟିଭ୍ ହାର ୫ ପ୍ରତିଶତ ତଳେ ରହିଛି। ଏଥିରୁ ଯାହା ଜଣାପଡ଼ୁଛି ରାଜ୍ୟରେ ଆସନ୍ତା ସପ୍ତାହେ କି ଦୁଇ ସପ୍ତାହେ ମଧ୍ୟରେ ପଜିଟିଭ୍ ହାର କମିବ ବୋଲି ଏସିଏସ କହିଛନ୍ତି।
ଏସବୁ ଜିଲ୍ଲା ହେଉଛି ଖୋର୍ଦ୍ଧା, କଟକ, ଅନୁଗୁଳ, ସୁନ୍ଦରଗଡ, ପୁରୀ, ମୟୁରଭଞ୍ଜ, ବାଲେଶ୍ୱର, ବରଗଡ଼, ପୁରୀ । ରାଜ୍ୟରେ ପଜିଟିଭିଟି କମି ଆଜି ସୁଦ୍ଧା ୧୪ ପ୍ରତିଶତରେ ପହଂଚିଛି । ୧୯ଟି ଜିଲ୍ଲାରେ ପଜିଟିଭିଟି କମୁଥିବାବେଳେ ୫ ଜିଲ୍ଲାରେ ପଜିଟିଭିଟି ହାର ୫ ପ୍ରତିଶତ ତଳେ ରହିଛି । ଆଗକୁ ପଜିଟିଭିଟି ଆହୁରି କମିବା ନେଇ ଆଶା କରାଯାଉଛି ବୋଲି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ କହିଛନ୍ତି ।
ସେପଟେ ଏବେ ରାଜ୍ୟରେ କରୋନା ଚିକିତ୍ସା ପାଇଁ ବେଡର ଅଭାବ ନାହିଁ ବୋଲି ସୂଚନା ଦେଇଛନ୍ତି ଏସିଏସ୍। ତେବେ ଆକଟିଭ କେସର ୮୬ ପ୍ରତିଶତ ଲୋକ ହୋମ୍ ଆଇସୋଲେନସରେ ଚିକିତ୍ସିତ ହେଉଛନ୍ତି। ତେବେ ଜେନେରାଲ ବେଡରେ ରୋଗୀଙ୍କ ସଂଖ୍ୟା କମୁଛି। କ୍ରିଟିକାଲ କେୟାର ବେଡର ଆବଶ୍ୟକ କମିବାରେ ଲାଗିଛି। ଆଡିସିନାଲ୍ ଆଇସିୟୁ ବେଡ୍ ୩୬୮ଟି ବୃଦ୍ଧି କରାଯିବ ବୋଲି ଏସିଏସ ସୂଚନା ଦେଇଛନ୍ତି। ସବୁଠାରୁ ବଡ଼ କଥା ହେଉଛି ଏପର୍ଯ୍ୟନ୍ତ ରାଜ୍ୟରେ କରୋନା ଔଷଧର ଅଭାବ ଦେଖାଯାଇନାହିଁ। ରାଜ୍ୟକୁ ଟିକା ରାଜ୍ୟ ସରକାର ଠିକ ସମୟରେ ଆଣିଥିବା ବେଳେ ଏବେ ଓଡ଼ିଶା ପାଇଁ ୨- ଡିଜି ୫ ହଜାର ପାଉଚ୍ ଅର୍ଡର ଦିଆଯାଇଛି।












Click it and Unblock the Notifications