ରାଜ୍ୟରେ ବଢି ଚାଲିଛି ମହାମାରୀ ଜନିତ ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୭ ମୃତ
ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦, ୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର: ରାଜ୍ୟରେ ବଢି ଚାଲିଛି ମହାମାରୀ ଜନିତ ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦, ୫୨୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ବୌଦ୍ଧ, ଦେବଗଡ଼ ଓ ଝାରସୁଗୁଡ଼ାରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡି, କେନ୍ଦୁଝର ଓ ନୟାଗଡ଼ରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ମଧ୍ୟ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାଯାଇଛି।
ସୂଚନାଯୋଗ୍ୟ ଗତକାଲି ରାଜ୍ୟରେ କରୋନାରେ ୧୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଜି ଏହି ସଂଖ୍ୟା ୧୭ ଛୁଇଁଛି। ରାଜ୍ୟରେ କରୋନା ଗ୍ରାଫ ଏବେ ଉପରମୁହାଁ ଥିବା ବେଳେ ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା କମିବା ନାଁ ଧରୁ ନାହଁ ।












Click it and Unblock the Notifications