ରାଜ୍ୟରେ ଆଉ ୮୨୧୬ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନରୁ ୪୬୮୪, ଲୋକାଲ କେସ୍ ୩୫୩୨ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୨୧୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ବାରେଣ୍ଟାଇନରୁ ୪୬୮୪, ଲୋକାଲ କେସ୍ ୩୫୩୨ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ଆଉ ୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Corona Update

ତେବେ ୮,୨୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧,୨୭୧ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୬୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୭, ପୁରୀରୁ ୪୦୨, ଅନୁଗୋଳରୁ ୩୯୪, ସମ୍ବଲପୁରରୁ ୩୮୫, ବରଗଡ଼ରୁ ୩୭୫, ଯାଜପୁରରୁ ୩୪୭, ନବରଙ୍ଗପୁରରୁ ୩୧୯, ଝାରସୁଗୁଡ଼ାରୁ ୩୧୬, ବଲାଙ୍ଗିରରୁ ୩୦୫, ବାଲେଶ୍ୱରରୁ ୩୦୨, ନୂଆପଡ଼ାରୁ ୨୬୧, ନୟାଗଡ଼ରୁ ୨୫୦, ସୁବର୍ଣ୍ଣପୁରରୁ ୨୪୮, କଳାହାଣ୍ଡିରୁ ୨୩୮ ଓ ରାୟଗଡ଼ାରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୧୯୦ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୩୩, କେନ୍ଦୁଝରରୁ ୧୨୯, ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୬, ବୌଦ୍ଧ ଓ ଦେବଗଡ଼ରୁ ୯୮ ଲେଖାଏଁ, କେନ୍ଦ୍ରାପଡ଼ାରୁ ୮୭, କନ୍ଧମାଳରୁ ୭୭, ଗଞ୍ଜାମରୁ ୬୯, ଭଦ୍ରକରୁ ୬୩, ଢେଙ୍କାନାଳରୁ ୪୭ ଓ ମାଲକାନଗିରିରୁ ୩୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି।

୮,୨୧୬ଟି ନୂଆ ମାମଲା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୭୯,୭୫୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୪,୦୪,୦୬୩ ଜଣ ସୁସ୍ଥ ହୋଇସାରିଛନ୍ତି। ୭୩,୫୪୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୧୫ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+