କାୟା ମେଲାଉଛି କରୋନା, ଆଉ ଜଣେ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ବଢୁଛି କରୋନା ସଂକ୍ରମଣ । ଚିହ୍ନଟ ହେଉଛନ୍ତି ଜଣକ ପରେ ଜଣେ ରୋଗୀ । ଗତ 24 ଘଣ୍ଚାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ । ଏହା ପରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା 2ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତକାଲି ରାଜ୍ୟରୁ ପ୍ରଥମ କରୋନା ସଂକ୍ରମିତଙ୍କୁ ନେଇ ସୂଚନା ଦିଆଯାଇଥିଲା । ତେବେ ତାଙ୍କର ସ୍ୱାସ୍ଥବସ୍ଥା ଠିକ୍ ରହିଛି ଏବଂ ସେ ହସ୍ପିଟାଲ ନଯାଇ ଘରେ ରହିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ।

ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହେବା ପରେ ସତର୍କ ରହିଛି ସ୍ୱାସ୍ଥ୍ୟ ବିଭାଗ । ଏ ନେଇ କେନ୍ଦ୍ର ପକ୍ଷରୁ ସମସ୍ତ ରାଜ୍ୟକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ମଧ୍ୟରେ ରାଜ୍ୟରେ କରୋନା ଭାଇରସ ଆକ୍ରାନ୍ତ ଚିହ୍ନଟ ହେବା ପରେ ଆକ୍ସନ ମୋଡକୁ ଆସିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏପରିକି ଜନଗହଳି ପୂର୍ଣ୍ଣ ସ୍ଥାନ ପରିଦର୍ଶନରୁ ଦୂରେଇ ରହିବାକୁ ମଧ୍ୟ କୁହାଯାଇଛି ।
ଜନସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ଡ ନିରଞ୍ଜନ ମିଶ୍ର କହିଛନ୍ତି ଯେ ଅଧିକାଂଶ JN1 ମାମଲା କେରଳରୁ ଆସିଛି ଏବଂ ସଂକ୍ରମିତ ବ୍ୟକ୍ତିମାନେ ପ୍ରାୟତଃ ବୃଦ୍ଧାବସ୍ଥାରେ ଅଛନ୍ତି । ସେ କହିଛନ୍ତି, "ଏହି କାରଣରୁ ବରିଷ୍ଠ ନାଗରିକ ଏବଂ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ଅନ୍ୟାନ୍ୟ ଗୁରୁତର ସ୍ୱାସ୍ଥ୍ୟ ଅବସ୍ଥା ଥିବା ବ୍ୟକ୍ତିମାନେ ସତର୍କ ହେବା ଆବଶ୍ୟକ ।
-
ନସ ମଙ୍ଗରାଜ ଓ ସୁଲତା ଦେଓଙ୍କୁ ବଡ ଦାୟିତ୍ୱ ଦେଲା ବିଜେଡ଼ି -
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର









Click it and Unblock the Notifications