ମାଡି ଚାଲିଛି ମହାମାରୀ: ଆଜି ରାଜ୍ୟରେ ୧୦,୬୩୫ କରୋନା ପଜିଟିଭ୍ ଚିହ୍ନଟ
ଆଜି ପୁଣି ୧୦,୬୩୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧି ପାଇଛି ।
ଭୁବନେଶ୍ୱର: ମାଡି ଚାଲିଛି ମହାମାରୀ । ରାଜ୍ୟରେ ଥମିବାରେ ନା ନେଉନି ସଂକ୍ରମଣ ସଂଖ୍ୟା । ରାଜ୍ୟରେ ଦିନକୁ ଦିନ ବଢ଼ୁଛି କରୋନା ସଂକ୍ରମଣ । ଆଜି ପୁଣି ୧୦,୬୩୫ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧି ପାଇଛି ।

ତେବେ ପୁଣି ଥରେ ତାଲିକାର ଶୀର୍ଷରେ ରହିଛି ଖୋର୍ଦ୍ଧା ଏବଂ ତା ପଛକୁ ସୁନ୍ଦରଗଡ଼ ଏବଂ କଟକ ରହିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୬୪ ଜଣ ନୂଆ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ୨୪ ଘଣ୍ଟାରେ କରୋନାରେ ପ୍ରାଣ ହରାଇଛନ୍ତି ୧୯ ଜଣ ସଂକ୍ରମିତ । ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ହଜାର ୧୮୦କୁ ବୃଦ୍ଧି ପାଇଛି ।
Covid-19 Report For 8th May
New Positive Cases: 10635
In quarantine: 6012
Local contacts: 4623(Details of local contacts will be shared by concerned Dist Administration)
District Wise Cases:
1. Angul: 559
— I & PR Department, Odisha (@IPR_Odisha) May 9, 2021
2. Balasore: 301
3. Bargarh: 443
4. Bhadrak: 100
5. Balangir: 318
ସେହିପରି କଳାହାଣ୍ଡିରୁ ୪୬୯, ଝାରସୁଗୁଡ଼ାରୁ ୪୫୬, ପୁରୀରୁ ୪୩୪, ନବରଙ୍ଗପୁରରୁ ୩୩୬, ନୂଆପଡ଼ାରୁ ୩୨୪, ବଲାଙ୍ଗିରରୁ ୩୧୮, ଯାଜପୁରରୁ ୨୯୦, ଗଞ୍ଜାମରୁ ୨୬୬, ନୟାଗଡ଼ରୁ ୨୫୩, କେନ୍ଦୁଝରରୁ ୧୯୩, ରାୟଗଡ଼ାରୁ ୧୫୮, ମୟୂରଭଞ୍ଜ ଓ ବୌଦ୍ଧରୁ ୧୭୯ ଲେଖାଏଁ, ସୁବର୍ଣ୍ଣପୁରୀରୁ ୧୪୯, ଢେଙ୍କାନାଳରୁ ୧୪୬, ଜଗତସିଂହପୁରରୁ ୧୪୦, ଦେବଗଡ଼ରୁ ୧୩୭, କୋରାପୁଟରୁ ୧୨୭, କେନ୍ଦ୍ରାପଡ଼ାରୁ ୧୨୭, ଗଜପତିରୁ ୧୦୧, ଭଦ୍ରକରୁ ୧୦୦, ମାଲକାନଗିରିରୁ ୭୯ ଓ କନ୍ଧମାଳରୁ ୭୩ ଜଣ ଓ ଷ୍ଟେଟ୍ ପୁଲ୍ରୁ ୨୭୩ ଜଣ ଚିହ୍ନଟ ହୋଇଛନ୍ତି।












Click it and Unblock the Notifications