ଗତ 24 ଘଣ୍ଟାରେ ରାଜ୍ୟରେ ମୋଟ 225 ଜଣ କରୋନା ସଂକ୍ରମିତ ଚିହ୍ନଟ

ଗତ 24 ଘଣ୍ଟାରେ ରାଜ୍ୟରେ ମୋଟ 225 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ 131 ଜଣ ସଙ୍ଗରୋଧ ଗୃହରୁ ଏବଂ 94 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେବ ସ୍ଥିର ରହିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସୂଚନା ଓ ଲୋକସମ୍ପର୍କ ବିଭାଗର ଟ୍ୱିଟ୍ ଅନୁସାରେ ଗତ 24 ଘଣ୍ଟାରେ ରାଜ୍ୟରେ ମୋଟ 225 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ 131 ଜଣ ସଙ୍ଗରୋଧ ଗୃହରୁ ଏବଂ 94 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହାକୁ ମିଶାଇ ଆଜିସୁଦ୍ଧା ରାଜ୍ୟରେ ମୋଟ 3ଲକ୍ଷ 32ହଜାର 331 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

corona-virus

ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 38 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି , ବରଗଡ଼ ଓ ବଲାଙ୍ଗୀରରୁ 16 ଜଣ ଲେଖାଏଁ, ପୁରୀ, ସମ୍ବଲପୁର, ଖୋର୍ଦ୍ଧା, ଝାରସୁଗୁଡ଼ା ଓ ଅନୁଗୁଳରୁ 15ଜଣ ଲେଖାଏଁ, ମୟୁରଭଞ୍ଜରୁ 10, ବାଲେଶ୍ୱରରୁ 14, କଳାହାଣ୍ଡିରୁ 6, ନୂଆପଡ଼ା, ଯାଜପୁର ଓ ଦେବଗଡ଼ରୁ 5ଜଣ ଲେଖାଏଁ, କଟକରୁ 3ଜଣ, ଗଜପତିରୁ 4, ରାୟଗଡ଼ା ଓ ସୋନପୁରରୁ 3 ଜଣ ଲେଖାଏଁ, କେନ୍ଦୁଝରରୁ 11, ନୟାଗଡ଼ ଓ ଜଗତସିଂପୁରରୁ 2ଜଣ ଲେଖାଏଁ, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଭଦ୍ରକରୁ ଜଣେ ଲେଖାଏଁ ଏବଂ ରାଜ୍ୟ ପୁଲରୁ 3ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଆଜି ସୁଦ୍ଧା ରାଜ୍ୟରେ ମୋଟ 3ଲକ୍ଷ 28ହଜାର 271 ଜଣ ସୁସ୍ଥ ହୋଇଛନ୍ତି ଏବଂ 2113 ଜଣ କରୋନା ରୋଗୀ ସକ୍ରିୟ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+