ଗତ 24 ଘଣ୍ଟାରେ ରାଜ୍ୟରେ ମୋଟ 210 ଜଣ କରୋନା ସଂକ୍ରମିତ ଚିହ୍ନଟ

ଗତ 24 ଘଣ୍ଟାରେ ରାଜ୍ୟରେ ମୋଟ 210 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ 122 ଜଣ ସଙ୍ଗରୋଧ ଗୃହରୁ ଏବଂ 88 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେବ କ୍ରମାଗତ ଭାବେ କମିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ସୂଚନା ଓ ଲୋକସମ୍ପର୍କ ବିଭାଗର ଟ୍ୱିଟ୍ ଅନୁସାରେ ଗତ 24 ଘଣ୍ଟାରେ ରାଜ୍ୟରେ ମୋଟ 210 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ 122 ଜଣ ସଙ୍ଗରୋଧ ଗୃହରୁ ଏବଂ 88 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଏହାକୁ ମିଶାଇ ଆଜିସୁଦ୍ଧା ରାଜ୍ୟରେ ମୋଟ 3ଲକ୍ଷ 32ହଜାର 541 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

corona-virus

ରାଜ୍ୟର ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 30 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ 24, ସମ୍ବଲପୁରରୁ 16, କଟକରୁ 14, ଖୋର୍ଦ୍ଧା ଓ ଝାରସୁଗୁଡ଼ାରୁ 13 ଜଣ ଲେଖାଏଁ, ପୁରୀରୁ 10, ବାଲେଶ୍ୱର ଓ ଯାଜପୁରରୁ 9ଜଣ ଲେଖାଏଁ, ବରଗଡ଼, ମୟୁରଭଞ୍ଜ ଓ ମାଲକାନାଗିରିରୁ 8ଜଣ ଲେଖାଏଁ, ରାୟଗଡ଼ା ଓ ବଲାଙ୍ଗୀରରୁ 7ଜଣ ଲେଖାଏଁ, ନୂଆପଡ଼ା ଓ ଗଜପତିରୁ 5ଜଣ ଲେଖାଏଁ, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି ଓ ଜଗତସିଂପୁରରୁ 4 , କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଭଦ୍ରକରୁ 2ଜଣ ଲେଖାଏଁ, ସୋନପୁର, କେନ୍ଦୁଝର ଓ ଦେବଗଡ଼ରୁ ଜଣେ ଲେଖାଏଁ ଏବଂ ରାଜ୍ୟ ପୁଲରୁ 3ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଅପରପକ୍ଷରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଗତ 24 ଘଣ୍ଟା ମଧ୍ୟରେ ଭୁବନେଶ୍ୱରର ଜଣେ କରୋନା ରୋଗୀଙ୍କର ମୃତ୍ୟୁ ହୋଇଛି । ଏଥିସହିତ ଆଜି ସୁଦ୍ଧା ରାଜ୍ୟରେ ମୋଟ 3ଲକ୍ଷ 28ହଜାର 152 ଜଣ ସୁସ୍ଥ ହୋଇଛନ୍ତି ଏବଂ 2141 ଜଣ କରୋନା ରୋଗୀ ସକ୍ରିୟ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+