For Quick Alerts
Turn On Notification  
For Daily Alerts
Oneindia App Download

ଆସନ୍ତାକାଲିଠୁ ସାରା ଦେଶରେ ଟିକାକରଣ, ଭୁବନେଶ୍ବରର 6ଟି ସ୍ଥାନରେ ଦିଆଯିବ କରୋନା ସଞ୍ଜିବନୀ

ଆସନ୍ତାକାଲିଠୁ ସାରା ଦେଶରେ ଆରମ୍ଭ ହେବ ଟିକାକରଣ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିସି ଯୋଗେ ଏହାର ଶୁଭାରମ୍ଭ କରିବେ । ସେହିପରି ରାଜ୍ୟ ସମସ୍ତ ଜିଲ୍ଲା ଓ ରାଜଧାନୀର 6ଟି ସ୍ଥାନରେ ଦିଆଯିବ ଟିକା ।

|

ଭୁବନେଶ୍ୱର: ମହାମାରୀ ବିରୋଧରେ ମହାଲଢେଇ । କରୋନାକୁ ମାତ ଦେବାକୁ ପ୍ରସ୍ତୁତ ହୋଇସାରିଛି ସଞ୍ଜିବନୀ । ଆସନ୍ତାକାଲିଠୁ ସାରା ଦେଶରେ ଆରମ୍ଭ ହେବ ଟିକାକରଣ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିସି ଯୋଗେ ଏହାର ଶୁଭାରମ୍ଭ କରିବେ । ସେହିପରି ରାଜ୍ୟ ସମସ୍ତ ଜିଲ୍ଲା ଓ ରାଜଧାନୀର 6ଟି ସ୍ଥାନରେ ଦିଆଯିବ ଟିକା ।

ତେବେ ଟିକାକରଣ ପାଇଁ ସବୁ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ଥିବାବେଳେ ରାଜ୍ୟର ୧୬୧ କେନ୍ଦ୍ରରେ ଟିକାକରଣ ହେବା ନେଇ ସୂଚନା ରହିଛି । ଯେଉଁଥିପାଇଁ ରାଜ୍ୟକୁ କୋଭିସିଲ୍‌ଡର ୪ ହାଜର ୮ହଜାର ଡୋଜ୍ ଆସିଛି । ସେହିପରି କୋଭାକ୍ସିନର ୨୦ ହଜାର ଡୋଜ୍ ଆସିଛି । କଟକ, ପୁରୀ, ନୟାଗଡ଼ ସମେତ ଭ୍ୟାକ୍ସିନ୍ ସମସ୍ତ ଜିଲ୍ଲାକୁ ପଠାଯାଇଛି ।

Corona Vaccination

ପ୍ରଥମ ପର୍ଯ୍ୟାୟରେ ରାଜଧାନୀ ଭୁବନେଶ୍ୱରରେ ଭାରତ ବାୟୋଟେକର କୋଭାକ୍ସିନ୍ ଟିକା ଦିଆଯିବାକୁ ଥିବା ବେଳେ ଅନ୍ୟ ସମସ୍ତ ୩୦ଟି ଜିଲ୍ଲାରେ ସେରମ ଇନଷ୍ଟିଚ୍ୟୁଟ୍ ପ୍ରସ୍ତୁତ କୋଭିସିଲ୍ଡ ଟିକା ଦିଆଯିବ । ସବୁଠୁ ଅଧିକ ଟିକା କଟକ ଜିଲ୍ଲାରେ ଦିଆଯିବାକୁ ଥିବାବେଳେ ଦ୍ୱିତୀୟରେ ରହିଛି ଗଞ୍ଜାମ ଜିଲ୍ଲା ।

ସେହିଭଳି ଭୁବନେଶ୍ୱରରେ ପୂର୍ବରୁ ୫ଟି ଟିକାକେନ୍ଦ୍ର ସ୍ଥାପନ କରାଯାଇଥିବା ବେଳେ ବର୍ତ୍ତମାନ ଏମ୍ସ ହସ୍ପିଟାଲକୁ ଏଥିରେ ସାମିଲ କରାଯାଇଛି । ରାଜଧାନୀରେ ଗୋଟିଏ କେନ୍ଦ୍ରରେ ଦୈନିକ ଶହେ ଜଣଙ୍କୁ ଟିକା ଦିଆଯିବ । ତେବେ ଟିକାକରଣ ପାଇଁ ଭୁବନେଶ୍ୱରରେ ପ୍ରଥମ ପର୍ଯ୍ୟାୟରେ ମୋଟ୍ ୨୬ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ପଂଜିକୃତ କରାଯାଇଛି । ୯ ହଜାର ଲୋକଙ୍କୁ ପ୍ରଥମ ପର୍ଯ୍ୟାୟରେ ଟିକାଦାନ କରାଯିବ । ପୁଣି ୨୮ ଦିନ ପରେ ସେମାନଙ୍କୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯିବା ନେଇ ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରି ସୁଚନା ଦେଇଛନ୍ତି ।

ପ୍ରଥମ ପର୍ଯ୍ୟାୟ ଟିକାକରଣ ରାଜ୍ୟରେ ୩ ଲକ୍ଷ ୩୮ ହଜାର ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ପଞ୍ଜିକୃତ କରାଯାଇଛି। ପ୍ରଥମ ଟିକାଗ୍ରହଣର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍ ଟିକା ଦିଆଯିବ । ଟିକା ଗ୍ରହଣର ୧୪ଦିନ ପରେ ଶରୀରରେ ଆଣ୍ଟିବଡି ସୃଷ୍ଟି ହେବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଗୃହ ବିଭାଗ, ରାଜସ୍ୱ ବିଭାଗ ଓ ନଗର ଉନ୍ନୟନ ବିଭାଗ କର୍ମଚାରୀଙ୍କୁ ୨୫ ତାରିଖ ସୁଦ୍ଧା ପଞ୍ଜିକରଣ କରାଯିବ ବୋଲି ସୂଚନା ଦିଆଯାଇଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Corona Vaccination Across the Country from Tomorrow
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X