ଗଣତି ହେବ ହେବ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର, ସରକାର ଦେଲେ ଅନୁମତି
ରତ୍ନଭଣ୍ଡାରରୁ ବାକ୍ସ, ଆଲମିରା ସ୍ଥାନାନ୍ତର ପାଇଁ ସରକାରୀ ଅନୁମତି ମିଳିସାରିଛି। ଖୁବଶୀଘ୍ର ରତ୍ନଭଣ୍ଡାର ମରାମତି ସାଙ୍ଗକୁ ଅଳଙ୍କାର ଗଣତି, ମଣତି ପ୍ରକ୍ରିୟା ଆରମ୍ଭ ହେବ।

ରତ୍ନଭଣ୍ଡାରର ସ୍ଥିତି ଅନୁଧ୍ୟାନ ପାଇଁ ଜିପିଆରଏସ୍ ସର୍ଭେ ସହ ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ପ୍ରୟୋଗ କରାଯିବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଶ୍ରୀମନ୍ଦିର ଭକ୍ତଙ୍କ ଗହଳି ଓ ଭିଡ଼ ନିୟନ୍ତ୍ରଣ ପାଇଁ ଲଗାଯିବ ଏ.ଆଇ କ୍ୟାମେରା। ଏହାଦ୍ୱାରା ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ। ପୁରୀରେ ରଥ ସେବା ସମ୍ମାନ- ୨୦୨୪ କାର୍ୟ୍ୟକ୍ରମରେ ଯୋଗଦେବା ଅବସରରେ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।












Click it and Unblock the Notifications