ରାଜ୍ୟରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି

ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି।

ବ୍ୟସ୍ତ ହେବାର କୌଣସି କାରଣ ନାହିଁ। ଏବେ ଲକ୍ଷଣ ଦେଖାଦେଲେ, କେବଳ ଗୁରୁତର ଆକ୍ରାନ୍ତଙ୍କ କୋଭିଡ ପରୀକ୍ଷା କରାଯାଉଛି। ଯେତିକି ପରୀକ୍ଷା ହେଉଛି, ସେଥିରୁ ବହୁତ୍ କମ ପଜିଟିଭ ଆସୁଛି। ଲୋକମାନଙ୍କୁ ପରାମର୍ଶ, ସତର୍କତା ଅବଲମ୍ବନ କରନ୍ତୁ। ଗହଳି ଜାଗାକୁ ଯାଆନ୍ତୁ ନାହିଁ। ମାସ୍କ ପିନ୍ଧନ୍ତୁ, ଦରକାର ପଡ଼ିଲେ ଗ୍ଲୋଭସ୍ ବ୍ୟବହାର କରନ୍ତୁ, ହାତ ଧୁଅନ୍ତୁ ବୋଲି ସେ କହିଛନ୍ତି।

ଦେଶରେ ୪ ହଜାର ମୁହାଁ କରୋନା କେସ । ପୁଣି ଫେରିବ ମାସ୍କ । ଏବେ ୩ହଜାର ୯୬୧ ରହିଛି କରୋନା ଆକ୍ସିଭ କେସ। ଗତ ୨୪ ଘଣ୍ଟାରେ କୋଭିଡରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି। ଚଳିତ ବର୍ଷ ଦେଶରେ କୋଭିଡ ମୃତ୍ୟୁସଂଖ୍ୟା ୩୨ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ଦେଶରେ ଆଉ ୨୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । କେରଳରେ ସର୍ବାଧିକ ୧୪୩୫ କରୋନା ସଂକ୍ରମିତ ଅଛନ୍ତି । ସେହିପରି ମହାରାଷ୍ଟ୍ରରେ ୫୦୬ ସଂକ୍ରମିତ ଥିବା ଜଣାଯାଇଛି ।

Covid-19 Cases Rise To 15 In Odisha

ପଶ୍ଚିମବଙ୍ଗରେ ୪୪ ନୂଆ କେସ ବାହାରିଥିବା ବେଳେ ମୋଟ ସଂକ୍ରମିତ ସଂଖ୍ୟା ୩୩୧ରେ ପହଞ୍ଚିଛି । ଦିଲ୍ଲୀ , କେରଳ ଓ ଗୁଜରାଟରେ ମଧ୍ୟ ସଂକ୍ରମଣ ବୃଦ୍ଧି ଚିନ୍ତାର କାରଣ ପାଲଟିଛି । ଓଡ଼ିଶାରେ ୧୨ରେ ପହଞ୍ଚିଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା। କୋଭିଡ ସଂକ୍ରମଣ ବଢୁଥିବା ବେଳେ ମୁକାବିଲା ପାଇଁ କେନ୍ଦ୍ର ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+