ରାଜ୍ୟରେ ହୁ ହୁ ହୋଇ ବଢ଼ିଲାଣି କୋରନା, ୧୨ ଜିଲ୍ଲାରେ ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ?
ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବର୍ତ୍ତମାନ ରାଜ୍ୟର 12 ଜିଲ୍ଲାକୁ ବ୍ୟାପିଛି କରୋନା ସଂକ୍ରମଣ । ଅନୁଗୁଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ବି କୋଭିଡ ପଜିଟିଭ ଚିହ୍ନଟ ହୋଛନ୍ତି। ଗତକାଲି ସୁଦ୍ଧା ରାଜ୍ୟରୁ ଚିହ୍ନଟ ହୋଇଥିବା ମୋଟ ୫୬ କରୋନା ରୋଗୀଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି କଟକରୁ ୧୮ ଜଣ ପଜିଟିଭ ହୋଇଥିବା ବେଳେ ପୁରୀ ଜିଲ୍ଲାରୁ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ବାଲେଶ୍ଵର, ଜଗତସିଂହପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ କେନ୍ଦୁଝର, ଅନୁଗୁଳ, ବରଗଡ଼, କନ୍ଧମାଳ, ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି।












Click it and Unblock the Notifications