ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୨ ଜଣ, ବରଗଡ଼ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଝାରସୁଗୁଡାରୁ ୨ ଜଣ, ଜଗତସିଂହପୁରରୁ ୨ ଜଣ, ଖୋର୍ଦ୍ଧରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୯୧୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୯୦୨୯୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications