ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା: ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ଜନସାଧାରଣଙ୍କୁ ଦେଲେ ପରାମର୍ଶ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ସମୀକ୍ଷା କରିଛନ୍ତି । ସେ କହିଛନ୍ତି ଯେ, ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ ସମୀକ୍ଷା କରିଛନ୍ତି । ସେ କହିଛନ୍ତି ଯେ, ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି । ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

CM Naveen

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତୃତୀୟ ଲହରୀରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ active case ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ । ମୁଖ୍ୟ ଶାସନ ସଚିବ ତାଙ୍କର ପ୍ରେସ୍‌ ସୂଚନା ଜରିଆରେ କୋଭିଡ ରୋଗୀ ସଂଖ୍ୟା ଅଧିକ ରହୁଥିବା ଦୃଷ୍ଟିରୁ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ପରାମର୍ଶ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହାସହିତ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିଶେଷକରି ମେଡିକାଲ ଷ୍ଟାଫ, ପୋଲିସ, ପ୍ରଶାସନିକ ଅଧିକାରୀ ଏବଂ ରୋଗର ଅଧିକ ଆଶଂକା ଥିବା ନାଗରିକ ମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନ ତ୍ବରାନ୍ବିତ କରିବା ପାଇଁ ସେ କହିଛନ୍ତି । ସେହିପରି ଗଣମାଧ୍ୟମର କର୍ମକର୍ତ୍ତା ମାନେ ମଧ୍ୟ frontline worker ଭାବେ ପରିଗଣିତ ହେଉଥିବାରୁ, ସେମାନଙ୍କୁ ବୁଷ୍ଟର ଡୋଜ ପ୍ରଦାନରେ ପ୍ରାଥମିକତା ଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

କୋଭିଡ ସଂପର୍କରେ ଆମର ସଚେତନତା ଓ ନିୟମର ଦୃଢ ଅନୁପାଳନ ପଦକ୍ଷେପ ଜାରି ରହିବା ଉଚିତ ବୋଲି ମତବ୍ୟକ୍ତ କରିବା ସହିତ micro containment ରଣନୀତି ଏବଂ ଘରେ ରହୁଥିବା କୋଭିଡ ରୋଗୀଙ୍କର ନିୟମିତ ତଦାରଖ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+