ଆଜିଠୁ ୩ଦିନ ବନ୍ଦ କୋଭିଡ ଟିକାକରଣ, ଜାଣନ୍ତୁ କାରଣ
ଆଜିଠାରୁ ଫେବ୍ରୁଆରି ୨ ତାରିଖ ଯାଏଁ ରାଜ୍ୟରେ କୋଭିଡ ଟିକାକରଣ ବନ୍ଦ ରହିବ । ୩ ତାରିଖଠାରୁ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଭୁବନେଶ୍ବର: ରାଜ୍ୟରେ ପଲସ ପୋଲିଓ କାର୍ଯ୍ୟକ୍ରମ ପାଇଁ ଆଜିଠୁ ୩ ଦିନ କୋଭିଡ ଟିକାକରଣ ବନ୍ଦ ରହିବ । ଆଜିଠାରୁ ଫେବ୍ରୁଆରି ୨ ତାରିଖ ଯାଏଁ ରାଜ୍ୟରେ କୋଭିଡ ଟିକାକରଣ ବନ୍ଦ ରହିବ । ୩ ତାରିଖଠାରୁ ପୁଣିଥରେ ଟିକାକରଣ ଜାରି ରହିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ଆଜିଠାରୁ ପୋଲିଓ ବୁନ୍ଦା ଦିଆଯିବ। ୫ବର୍ଷରୁ କମ୍ ଶିଶୁ ଏହି ବୁନ୍ଦା ଦିଆଯିବା। ରାଜ୍ୟବ୍ୟାପୀ ୪୧,୩୧,୭୬୩ ଶିଶୁଙ୍କୁ ଏହି ଟିକା ଦିଆଯିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ୟୁନିଟ୍-୪ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।












Click it and Unblock the Notifications