COVID-19 vaccine: ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ!; ଜାଣନ୍ତୁ, କିଏ ଆଉ କେମିତି ପାଇବେ ଟିକା ?
କରୋନା ଟିକାକରଣ ପାଇଁ କେନ୍ଦ୍ର ସରକାରଙ୍କ ଗାଇଡଲାଇନ ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି କି ?
ଭୁବନେଶ୍ୱର: କରୋନା ଟିକାକରଣ ପାଇଁ କେନ୍ଦ୍ର ସରକାରଙ୍କ ଗାଇଡଲାଇନ ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି କି ? କରୋନା ଟିକା ଆସିଲେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀ, ବୟସ୍କ ବ୍ୟକ୍ତି ଓ ବିଭିନ୍ନ ରୋଗରେ ଆକ୍ରାନ୍ତ ବୟସ୍କ ଲୋକଙ୍କୁ ପ୍ରାଥମିକତା ଦିଆଯିବ । ଏନେଇ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।

ନିର୍ବାଚନ ମଡେଲ ଭଳି ହେବ ଟିକାକରଣ । ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ଟିକା । ୨୯ ହଜାର ୨୭୬ ଟିକାକରଣ ସ୍ଥାନ ଚିହ୍ନଟ ହୋଇଛି ବୋଲି ବିଜୟ ସୂଚନା ଦେଇଛନ୍ତି । ପ୍ରତି ଟିକାକରଣ କେନ୍ଦ୍ରରେ ୫ ଜଣ ନିୟୋଜିତ ରହିବେ । ଜଣେ ଭ୍ୟାକ୍ସିନେଟର ଓ ଜଣେ ଭ୍ୟାକ୍ସିନେସନ ଅଧିକାରୀ ରହିବେ । ଜଣେ ଭେରିଫାୟର ଓ ୨ ଜଣ ସୁପରଭାଇଜର ରହିବେ ବୋଲି ସେ କହିଛନ୍ତି ।
ସେହିପରି କେନ୍ଦ୍ର ସରକାରଙ୍କ ନିୟମ ଅନୁସାରେ ଟିକା ନେବା ଆଗରୁ ନାମ ପଞ୍ଜୀକରଣ କରିବାକୁ ପଡିବ । ତତକ୍ଷଣାତ ପଞ୍ଜିକରଣ ହେବ ନାହିଁ। କେବଳ ପୋର୍ଟାଲରେ ପଞ୍ଜୀକରଣ ହେବ। କେନ୍ଦ୍ର ସରକାର ଜାରି କରିଥିବା ନିୟମ ଅନୁଯାୟୀ, ପରିଚୟ ପତ୍ର ଦେଇ ପଞ୍ଜୀକରଣ କରିବାକୁ ପଡିବ । ଗୋଟିଏ କେନ୍ଦ୍ରରେ ଶହେରୁ ୨ଶହ ଲୋକଙ୍କୁ ଟୀକା ଦିଆଯିବ । ଟୀକାକରଣକୁ ସୁବ୍ୟବସ୍ଥିତ କରିବା ପାଇଁ ରାଜ୍ୟସ୍ତରରୁ ବ୍ଳକସ୍ତର ପର୍ଯ୍ୟନ୍ତ ଟାସ୍କଫୋର୍ସ ଗଠନ କରାଯାଇଛି । ଟିକାକରଣ ସ୍ଥାନରେ ୩ଟି ରୁମ୍ ରହିବ, ପ୍ରେକ୍ଷାଳୟ,ନିରୀକ୍ଷଣ ଓ ଟିକାକରଣ ରୁମ୍ ରହିବ । ଟିକାକରଣ ସରିବା ପରେ ୩୦ ମିନିଟ ନିରୀକ୍ଷଣରେ ରଖାଯିବ, ଟିକାକରଣ ପରେ ସାର୍ଟିଫିକେଟ ଦିଆଯିବ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications