ମିଳିଲା ଜଗା ଦର୍ଶନ, ଭକ୍ତ-ଭଗବାନ ମଝିରୁ ହଟିଲା କଟକଣା
ଭକ୍ତ-ଭଗବାନ ମଧ୍ୟରେ ଆଉ ନାହଁ କୌଣସି କଟକଣା । କାରଣ ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ସାଧାରଣ ଦର୍ଶନ । ଏଣିକି ବିନା କୋଭିଡ ରିପୋର୍ଟରେ ଶ୍ରୀମନ୍ଦିରକୁ ପସି ପାରିବେ ଭକ୍ତ ।
ପୁରୀ: ଶେଷ ହେଲା ମହାମରୀ ମହାପ୍ରକୋପ । ଏବେ ପୁଣି ଶ୍ରୀମନ୍ଦିରରେ ଲାଗିବ ଭକ୍ତଙ୍କ ଭିଡ । ନିଜର ପ୍ରାଣପ୍ରିୟ ଠାକୁରଙ୍କୁ ଦେଖିବେ ଭକ୍ତ । ଭକ୍ତ-ଭଗବାନ ମଧ୍ୟରେ ଆଉ ନାହଁ କୌଣସି କଟକଣା । କାରଣ ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ସାଧାରଣ ଦର୍ଶନ । ଏଣିକି ବିନା କୋଭିଡ ରିପୋର୍ଟରେ ଶ୍ରୀମନ୍ଦିରକୁ ପସି ପାରିବେ ଭକ୍ତ । କିନ୍ତୁ ଜାରି ରହିବ ମାସ୍କ ଓ ସାମାଜିକ ଦୂରତା ନିୟମ ।

ଭକ୍ତଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି। ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ୨୬ ପ୍ଲାଟୁନ ପୋଲିସ ଫୋର୍ସ । ସକାଳ ୬ଟାରୁ ୭ଟା ପୁରୀବାସୀ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ପୁରୀବାସୀ ନିଜର ପରିଚୟ ପତ୍ର ଦେଖାଇ ସିଂହଦ୍ୱାର ଦେଇ ପ୍ରବେଶ କରି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ।
ପ୍ରତିଦିନ ପାଖାପାଖି ୩୦ହଜାର ଭକ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛ। ଥର୍ମାଲ ସ୍କ୍ରିନିଂ ସମୟରେ ୧୦୦ଡିଗ୍ରୀ ଉପରକୁ ତାପମାତ୍ରା ଥିଲେ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କୁ ଛଡ଼ାଯିବ ନାହିଁ ବୋଲି ନିର୍ଦ୍ଦେଶ ରହିଛି।
ଉଲ୍ଲେଖଥାଉ କି, ଡିସେମ୍ବର ୨୩ରୁ ଖୋଲିଥିଲା ଶ୍ରୀମନ୍ଦିର। ପ୍ରଥମେ ସେବାୟତଙ୍କ ପରିବାର ଓ ପୁରୀବାସୀ ଜଗା ଦର୍ଶନ କରିଥିଲେ । ଏହା ପରେ ଜାନୁଆରୀ ୩ରୁ ସର୍ବସାଧାରଣଙ୍କ ପାଇଁ ମନ୍ଦିର ଖୋଲାଯାଇଥିଲା । କିନ୍ତୁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଥିଲା । ଯାହା ପାଇଁ ଅନେକ ଭକ୍ତ ଦୂରଦୁରାନ୍ତରୁ ଆସି ନିରାଶ ହୋଇ ଫେରୁଥିଲେ ।
-
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ମୁଖ୍ୟମନ୍ତ୍ରୀ ହେବେ ନୀତିଶଙ୍କ ପୁଅ, ଦାବି କଲେ JDU ବିଧାୟକ -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର












Click it and Unblock the Notifications