ମାର୍ଚ୍ଚ ୨୨ ଯାଏ CPET ପରୀକ୍ଷା ଆବେଦନ ପାଇଁ ସମୟସୀମା ବୃଦ୍ଧି
Common PG Entrance Test (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମା ବୃଦ୍ଧି। ଆବେଦନର ସମୟ ସୀମାକୁ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର ଫର୍ମ ପୂରଣ କରିପାରିବେ। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସମସୟସୀମା ଅନୁସାରେ, CPET ପରୀକ୍ଷା ଆବେଦନ ପାଇଁ ମାର୍ଚ୍ଚ ୧୮ ତାରିଖ ଶେଷ ତାରିଖ ରହିଥିଲା। କିନ୍ତୁ, ଛାତ୍ରଛାତ୍ରୀମାନଙ୍କ ବୃହତ୍ତର ସ୍ୱାର୍ଥ ଓ ଭବିଷ୍ୟତକୁ ଦୃଷ୍ଟିରେ ରଖି ଆବେଦନର ସମୟସୀମାକୁ ବୃଦ୍ଧି କରିବା ନିମନ୍ତେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ ଯେ, ୨୦୨୬-୨୭ ଶିକ୍ଷାବର୍ଷରେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ। CPET ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ।
ଏଥିସହ ଜୁଲାଇ ୧୦, ୨୦୨୬ ରିଖ ସୁଦ୍ଧା ସମସ୍ତ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ ସ୍ନାତକୋତ୍ତର ପାଠ୍ୟକ୍ରମର ପାଠପଢ଼ା ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।
-
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବଢୁଛି ଯୁଦ୍ଧ, ଇରାନର ତୈଳ ଟାଙ୍କି ଉପରେ ଆମେରିକାର ଆକ୍ରମଣ -
ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୫ଦିନ ଝଡ଼ବର୍ଷା, ସତର୍କ ସୂଚନା ଜାରି -
ଏବେ ବି ପାଣ୍ଡିଆନଙ୍କ କବ୍ଜାରେ ବିଜେଡି କହି ବର୍ଷିଲେ ଦେବୀ ରଂଜନ ତ୍ରିପାଠୀ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ମାର୍ଚ୍ଚ ସୁଦ୍ଧା ମାଲକାନଗିରିରୁ ଉଡ଼ିବ ବିମାନ -
ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ; ୧୨ଟା ଯାଏଁ ଗୃହ ମୁଲତବି -
ଆଜି ଚୈତ୍ର ମାସ ଦ୍ୱିତୀୟ ମଙ୍ଗଳବାର; କାକଟପୁରବାସିନୀ ମାଆ ମଙ୍ଗଳାଙ୍କ ଦ୍ୱିତୀୟ ପାଳି ଯାତ୍ରା -
କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ ସିଟ୍ ପରିବର୍ତ୍ତନ ଲାଗି ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା -
୨୦ ମାସରେ ମରିଛନ୍ତି ୧୫୪ ହାତୀ; ଜଙ୍ଗଲ ଓ ପରିବେଶ ମନ୍ତ୍ରୀ -
ଗହୀରମଥାରେ ଅଲିଭରିଡଲେଙ୍କ ସାମୁହିକ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା












Click it and Unblock the Notifications