ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମ୍‌ବ୍ରାଞ୍ଚ ଡିଜିଙ୍କ ବଡ଼ ଖୁଲାସା; ୩ ଗିରଫ

ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମ୍‌ବ୍ରାଞ୍ଚ ଡିଜିଙ୍କ ବଡ଼ ଖୁଲାସା । ମୋଷ୍ଟ ୱାଣ୍ଟେଡ୍‌ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ । ସୁକାନ୍ତ ମହାରଣା, ସୌମ୍ୟା ପିୟଦର୍ଶିନୀ ଓ ଅଭିମନ୍ୟୁ ଦୋରା ଗିରଫ। ଅଭିଯୁକ୍ତମାନଙ୍କୁ ସୁରକ୍ଷା ଯୋଗାଇ ଦେଉଥିଲା ଦଶପଲ୍ଲାର ଅଭିମନ୍ୟୁ ଦୋରା । ସୌମ୍ୟା ପ୍ରିୟଦର୍ଶିନୀ ପରୀକ୍ଷାର୍ଥୀ ଯୋଗାଡ଼ କରୁଥିଲେ କହିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି।

police SI exam scam

ସହଯୋଗୀ ଭାବେ କାମ କରି ପ୍ରମାଣ ନଷ୍ଟ କରୁଥିଲା ସୌମ୍ୟା ପ୍ରିୟଦର୍ଶିନୀ । ଦୀଘା ଓ ହାଇଦ୍ରାବାଦରେ ମଡ୍ୟୁଲର ହେଉଥିଲା ସମସ୍ତ ସ୍କାମ୍ ପ୍ଲାନ୍ । ହାଇଦ୍ରାବାଦ ପରେ ଦୀଘା ମଡ୍ୟୁଲ ପାଇଁ ଯାଇଥାନ୍ତେ ପରୀକ୍ଷାର୍ଥୀ । ୧୧୦ ପରୀକ୍ଷାର୍ଥୀଙ୍କ ପାଇଁ ଦୀଘାରେ ରୁମ୍ ବୁକ୍ ହୋଇଥିଲା । ଦୀଘା ମଡ୍ୟୁଲର ନେତୃତ୍ୱ ନେଇଥିଲା ପୂର୍ବରୁ ଗିରଫ ଅରବିନ୍ଦ ଦାସ ।

ଅରବିନ୍ଦ ଦାସଙ୍କ ଘର ବାଲେଶ୍ୱର ଓ ସୌମ୍ୟା ଘର ଢେଙ୍କାନାଳ । ଦିଲ୍ଲୀରେ ରହି ସବୁ ପରିଚାଳନା କରୁଥିଲା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି । କେଳେଙ୍କାରୀର ମୁଖ୍ୟ ଶଙ୍କର ପୃଷ୍ଟିକୁ ରିପୋର୍ଟ କରୁଥିଲା ମୁନା ମହାନ୍ତି । ପ୍ରଥମେ ମୁନା ମହାନ୍ତିଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ। କାହା ପାଖରେ କିଛି ସୂଚନା ଥିଲେ ଜଣାଇବାକୁ କ୍ରାଇମ୍‌ବ୍ରାଞ୍ଚ ଡିଜିଙ୍କ ଅପିଲ୍ । ଶଙ୍କର ପୃଷ୍ଟିକୁ ଶୀଘ୍ର ଗିରଫ କରାଯିବ କହିଲେ କ୍ରାଇମ୍‌ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+