ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ EOW, ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି । ଏନେଇ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୩୪ କୋଟି ଟଙ୍କା ହଡ଼ପ କରିଥିବାର ଅଭିଯୋଗ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ପଲଟିକାଲ୍ ଲିଙ୍କ୍ ନେଇ ମଧ୍ୟ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ। ଆଜି ରାଜାଙ୍କୁ କୋର୍ଟଚାଲାଣ କରାଯିବ। ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହାପରେ ତାଙ୍କ ପତ୍ନୀ ଓ ସହଯୋଗୀଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିବ ବୋଲି ସୂଚନା ରହିଛି।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତା ଘଟଣାରେ ଆଜି କ୍ରାଇମବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି। ଏନେଇ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ତାଙ୍କ ବିରୋଧରେ ୩୪ କୋଟି ଟଙ୍କା ହଡ଼ପ କରିଥିବାର ଅଭିଯୋଗ ସତ ବୋଲି ଜଣାଯିବା ପରେ ତାଙ୍କୁ ଗିରଫ କରାଯାଇଛି। ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ପଲଟିକାଲ୍ ଲିଙ୍କ୍ ନେଇ ମଧ୍ୟ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ। ଆଜି ରାଜାଙ୍କୁ କୋର୍ଟଚାଲାଣ କରାଯିବ। ଗତକାଲି ହାଇକୋର୍ଟ ରାଜା ଓରଫ ସୋମ୍ୟଶଙ୍କର ଚକ୍ରଙ୍କର ଅନ୍ତରୀଣ ସୁରକ୍ଷାକୁ ହଟାଇଦେବା ପରେ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏହାପରେ ତାଙ୍କ ପତ୍ନୀ ଓ ସହଯୋଗୀଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫ କରିବ ବୋଲି ସୂଚନା ରହିଛି।
ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଅନିୟମିତତା ଘଟଣାରେ ଏସ୍ଟିଏଫ୍ ଓ ଇଓଡବ୍ଲ୍ୟୁ କିଛି ଦିନ ଧରି ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା। ଏହି ଘଟଣାରେ ଗତ ଦୁଇଦିନ ଧରି ରାଜା ଚକ୍ରଙ୍କ ସହଯୋଗୀ ପ୍ରଭାତ ପଟ୍ଟନାୟକ ଓ ସୁଶାନ୍ତ ସାମଲଙ୍କୁ ଜେରା କରାଯାଇଥିଲା। ରାଜାଙ୍କ ଘର ଏବଂ କିଛି ବ୍ୟାବସାୟିକ ପ୍ରତିଷ୍ଠାନରେ ଚଢ଼ଉ ହୋଇଛି। କେନ୍ଦୁଝରସ୍ଥିତ ରାଜାଙ୍କ ଘରେ ଇଓଡବ୍ଲ୍ୟୁର ଜଣେ ଅତିରିକ୍ତ ଏସ୍ପିଙ୍କ ନେତୃତ୍ବରେ ଗଠିତ ଟିମ୍ ଚଢ଼ଉ କରିବା ସହ ପରିବାର ସଦସ୍ୟଙ୍କୁ ପଚରାଉଚରା କରିଥିଲେ। ସେହିପରି କେନ୍ଦୁଝର ସହରରେ ଥିବା ଶଙ୍କର ମିନେରାଲ୍ ଅଫିସରେ ଚଢ଼ଉ କରାଯାଇ କାଗଜପତ୍ର ଯାଞ୍ଚ କରାଯାଇଥିଲା। ସେପଟେ ଶନିବାର ପୂର୍ବାହ୍ଣରେ ଗୁଆଲିସ୍ଥିତ ଜେଏସ୍ଡବ୍ଲ୍ୟ ଖଣିରେ ରୁଗୁଡ଼ି ପୁଲିସ ଉପସ୍ଥିତିରେ ଇଓଡବ୍ଲ୍ୟୁ ଚଢ଼ଉ କରିଥିଲା। ସେଠାରେ ରାଜାଙ୍କ ମାଲିକାନାରେ ଥିବା ଦୁଇଟି ସ୍କ୍ରିନିଂ ପ୍ଲାଣ୍ଟ ଓ ଗୋଟିଏ ପୋକ୍ଲିନ୍ ମେସିନ୍ ଜବତ କରାଯାଇଥିବା ସୂଚନା ମିଳିଥିଲା।
ଗତ ଦୁଇ ସପ୍ତାହ ଧରି ଇଓଡବ୍ଲ୍ୟୁ ଓ ଏସ୍ଟିଏଫ୍ ବିଭିନ୍ନ ସ୍ଥାନରେ ଚଢ଼ଉ କରି ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତାର ତନାଘନା କରିଥିଲା। ପୂର୍ବରୁ ଏହି ଘଟଣାରେ ଏଜେନ୍ସିର ପୂର୍ବତନ ସଭାପତି ମାନସ ରଞ୍ଜନ ବାରିକ ଓ ସଂପାଦକ ଉତ୍କଳ ଦାସଙ୍କୁ ଗିରଫ କରାଯାଇଛି। ଏଥିସହିତ ଅନେକ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ ହୋଇଛି। ସେମାନଙ୍କଠାରୁ ମିଳିଥିବା ତଥ୍ୟ ଆଧାରରେ ରାଜାଙ୍କୁ ଇଓଡବ୍ଳ୍ୟୁ ଜେରା କରିଥିଲା।












Click it and Unblock the Notifications