ଅନିର୍ଦ୍ଦିଷ୍ଟ କାଳ ପାଇଁ ସମ୍ବଲପୁରରେ କର୍ଫ୍ୟୁ ଲାଗୁ
ସମ୍ବଲପୁର:ଗତକାଲି ରାତି ୧୨ ଟାରେ ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ ହୋଇଛି । ଅପ୍ରୀତିକର ପରିସ୍ଥିତିକୁ ଏଡାଇବା ପାଇଁ ପ୍ରଶାସନ ପକ୍ଷରୁ ଏପରି ପଦକ୍ଷପ ନିଆଯାଇଛି । ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ବଳବତ୍ତର ରହିବ । ସହରର ୬ଟି ସଦର ଥାନା ଅଞ୍ଚଳରେ କର୍ଫ୍ୟୁ ଜାରି ରହିଛି ।
ସମ୍ବଲପୁର ଟାଉନ୍, ଧନୁପାଲି, କ୍ଷେତରାଜପୁର, ଅଇଁଠାପାଲି, ବରେଇପାଲି ଓ ସଦର ଥାନ ଅଞ୍ଚଳରେ କର୍ଫ୍ୟୁ ଲାଗି ହୋଇଛି । ଏନେଇ ସମ୍ବଲପୁର ଉପଜିଲ୍ଲାପାଳ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ହିଂସାକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷପ ନିଆଯାଇଛି । ପରବର୍ତ୍ତୀ ଆଦେଶ ଆସିବା ପର୍ଯ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ ବୋଲି ସୂଚନା ରହିଛି ।

ତେବେ କର୍ଫ୍ୟୁ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ ହେଲେ ଅଯଥାରେ ଘରୁ ବାହାରିବାକୁ ବାରଣ କରାଯାଇଛି । ସକାଳ ୮ ଟାରୁ ୧୦ଟା, ଅପରାହ୍ନ ୩.୩୦ରୁ ୫.୩୦ ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ହୋଇଛି । ଏହି ସମୟରେ ଆବଶ୍ୟକ ସମାଗ୍ରୀ କିଣିପାରିବେ । ସେହିପରି ଏମର୍ଜେନ୍ସି ହେଲ୍ପଲାଇନ୍ ନମ୍ବର ମଧ୍ୟ ଜାରି କରାଯାଇଛି । ନମ୍ବରଟି ହେଲା-୭୬୫୫୮୦୦୭୬୦ ।
ସହରରେ ଲାଗି ରହିଥିବା ଅଶାନ୍ତ ସ୍ଥିତିକୁ ନଜରରେ ରଖି ଗତକାଲିଠୁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ କରାଯିବା ସହ ସହରରେ ୬ଟି ଥାନା ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି ଏବଂ ୫୦ ପ୍ଲାଟୁନ୍ ପୋଲିସ ମଧ୍ୟ ମୁତୟନ କରାଯାଇଛି ।
ସୂଚନାଥାଉ ଯେ, ଗତ ବୁଧବାର ଅର୍ଥାତ୍ ୧୨ ତାରିଖରେ ହନୁମାନ ଜୟନ୍ତୀ ସମନ୍ୱୟ ସମିତିର ବାଇକ ରାଲି ଉପରେ ହୋଇଥିଲା ପଥରମାଡ଼ । ଏହାପରଠାରୁ କିଛି କିଛି ସ୍ଥାନରେ ଭଙ୍ଗାରୁଜା, ପୋଡ଼ାଜଳା ଆରମ୍ଭ ହୋଇଥିଲା । ପରିସ୍ଥିତିରେ ସୁଧାର ଆଣିବା ପାଇଁ ଡିଆଇଜି, ଏସ୍ପି, ବଛା ବଛା ପୋଲିସ ଅଧିକାରୀ ଏବଂ 42 ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ ହୋଇ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରୁଥିଲେ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications