ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ; ୪ ଘଣ୍ଟା ଖୋଲାରହିବ ଦୋକାନ ବଜାର, ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା
ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ । ବାଲେଶ୍ୱର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଆଜି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କେବଳ ୪ ଘଣ୍ଟା ପାଇଁ ଦୋକାନ ବଜାର ଖୋଲା ରହିବ । ଏହି ସମୟ ମଧ୍ୟରେ ଲୋକେ ନିଜ ପାଇଁ ଆବଶ୍ୟକୀୟ ସାମଗ୍ରୀ କିଣିପାରିବେ । ଏଥିସହ ଲିଜ୍ ଲାଇନରେ ଇଣ୍ଟରନେଟ୍ ସେବା ଯୋଗାଇଦେବାକୁ ନିଷ୍ପତ୍ତି ହୋଇଛି । କିନ୍ତୁ ମୋବାଇଲ୍ ନେଟୱର୍କରେ ଇଣ୍ଟରନେଟ ସୁବିଧା ମିଳିବ ନାହିଁ।
ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, ଏସପି ସାଗରିକା ନାଥ, ଜିଲ୍ଲାପାଳ ଆଶିଷ ଠାକରେ ଓ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା । ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।
ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।
ସହରର ଉତ୍ତେଜନାପ୍ରବଣ ଅଞ୍ଚଳରେ ୪୦ ପ୍ଲାଟୁନରୁ ଅଧିକ ପୋଲିସ ଓ ୬ ପ୍ଲାଟୁନ ସୁରକ୍ଷାବଳ ମୁତୟନ ହୋଇଛନ୍ତି। ଅପରାହ୍ନରେ ସହରର ବିଭିନ୍ନ ସ୍ଥାନରେ ଫ୍ଲାଗମାର୍ଚ୍ଚ କରାଯାଇଛି। ଆଇଜି ଦୀପକ କୁମାର ଓ ବାଲେଶ୍ବର ଏସ୍ପି ସାଗରିକା ନାଥଙ୍କ ସମେତ ଜିଲାସ୍ତରୀୟ ପୋଲିସ ଅଧିକାରୀମାନେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏକାଧିକ ପାଟ୍ରୋଲିଂ ଗାଡ଼ି ସହରରେ ପଇଁତରା ମାରୁଛି। ବିବାଦର ସମାଧାନ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ବିଭିନ୍ନ ସ୍ତରର ଲୋକପ୍ରତିନିଧି ଏବଂ ଶାନ୍ତି କମିଟି କର୍ମକର୍ତ୍ତାଙ୍କ ସହ ଆଲୋଚନା କରି ଉତ୍ତେଜନାପୂର୍ଣ୍ଣ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ପାଇଁ ପ୍ରୟାସ କରାଯାଉଛି। ଗୋଷ୍ଠୀ ବିବାଦଜନିତ ହିଂସାକାଣ୍ଡ ଓ ଭଙ୍ଗାରୁଜାକୁ ନେଇ ରୁଜୁ ହୋଇଥିବା ୧୫ ମାମଲାରେ ମୋଟ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ପୋଲିସ ଗିରଫ କରିଛି। ଗିରଫଦାରିଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଏସ୍ପି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ପ୍ଲାଟୁନ କେନ୍ଦ୍ରୀୟ ଫୋର୍ସ ଆସିବାର ନିର୍ଦ୍ଦେଶ ରହିଛି।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications