Get Updates
Get notified of breaking news, exclusive insights, and must-see stories!

ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ; ଆଜିଠାରୁ ମିଳିବ ମୋବାଇଲ ଇଣ୍ଟରନେଟ, ଖୋଲିବ ଶିକ୍ଷାନୁଷ୍ଠାନ

କୋହଳ ହୋଇଛି କର୍ଫ୍ୟୁ । ଆଜିଠୁ ବାଲେଶ୍ୱର ପୌରାଞ୍ଚଳରେ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ। ସମସ୍ତ ସ୍କୁଲ କଲେଜ ଓ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଲ୍ୟାଣ୍ଡ ଲାଇନ୍ ଓ ବ୍ରଡବ୍ୟାଣ୍ଡରେ ସେବା ମିଳୁଥିବା ବେଳେ ଆଜିଠାରୁ ମୋବାଇଲରେ ଇଣ୍ଟରନେଟର ସୁବିଧା ମିଳିବ ।

ସେହିପରି ସହଦେବଖୁଣ୍ଟା ଥାନା ଅଞ୍ଚଳରେ ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ ରହିବ । ଟାଉନ ଥାନା ଅଞ୍ଚଳରେ ସକାଳ ୫ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ କୋହଳ ରହିବ କର୍ଫ୍ୟୁ ।

ଏହି ଘଟଣାରେ ମୋଟ ୨୯ ଟି ମାମଲା ରୁଜୁ ହୋଇଥିବା ବେଳେ ଗିରଫ ସଂଖ୍ୟା ୮୯ରେ ପହଞ୍ଚଛି । ଅନ୍ୟପକ୍ଷରେ କୌଣସି ଗୁଜବ ପ୍ରଚାର, ସୋସିଆଲ ମିଡିଆ ପୋଷ୍ଟ ଉପରେ ନଜର ରଖିଛି ସାଇବର ଟିମ୍ । ଜଣେ ଗୁଜବକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସୂଚନାଯୋଗ୍ୟ, କିଛିଦିନ ତଳେ ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା ।

Curfew in balasore

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+