କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ; ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ

କଟକରେ କର୍ଫ୍ୟୁ ବଳବତ୍ତର, ସ୍ଥିତି ସ୍ବାଭାବିକ । ୩୬ ଘଣ୍ଟିଆ କର୍ଫ୍ୟୁ ଆଜି ଦିନ ୧୦ଟାରେ ସମାପ୍ତ ହେବ । ଆଜି ସଂଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ ରହିବ । ସମ୍ବେଦନଶୀଳ ଅଞ୍ଚଳରେ ପୋଲିସର କଡ଼ା ପହରା ରହିଛି । ସହର ସାରା ପୋଲିସ ଛାଉଣୀ ରହିଛି । ଛକ ଛକରେ ପଇଁତରା ମାରୁଛନ୍ତି ସୁରକ୍ଷା ବଳ । ପାଟ୍ରୋଲିଂ ଓ ଚେକିଂ ଜାରି ରହିଛି । କିଛି ସ୍ଥାନରେ ରାସ୍ତା କଡ଼ରେ ଥିବା ଦୋକାନ ଖୋଲିଛି । ଜରୁରୀ ସେବା ପାଇଁ ପରିଚୟପତ୍ର ଯାଞ୍ଚ କରି ଛଡ଼ାଯାଉଛି । ବିଶୃଙ୍ଖଳା ଘଟଣା ପରେ ୧୩ଟି ଥାନା ଅଞ୍ଚଳରେ କର୍ଫ୍ୟୁ ଲାଗୁ ହୋଇଛି । ଘଟଣାରେ ୩ଟି ମାମଲା ରୁଜୁ କରି ୮ଜଣଙ୍କୁ ଗିରଫ କରାଯାଇଛି । କୌଣସି ପ୍ରକାର ଗୁଜବରେ ବିଶ୍ବାସ ନକରିବାକୁ ପରାମର୍ଶ ଦେଇଛି ଓଡ଼ିଶା ପୋଲିସ ।

Curfew in Cuttack

ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+