ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ହେବ କଟକ ବାଲିଯାତ୍ରା
କଟକର ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥି ନିମନ୍ତେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତିସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
ଭୁବନେଶ୍ୱର: କଟକର ପ୍ରସିଦ୍ଧ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏଥି ନିମନ୍ତେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତିସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ ଉତ୍ସବର ପରିଚାଳନା ଓ ଆର୍ଥିକ ବ୍ୟବସ୍ଥା ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।

ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବା ନେଇ ସ୍ଥିର ହୋଇଛି । ଗୃହ ଓ ନଗର ଉନ୍ନୟନ, ପୂର୍ତ୍ତ, ଶକ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଆଦି ବିଭାଗ ମାଧ୍ୟମରେ ଯାତ୍ରାର ପ୍ରସ୍ତୁତି ପାଇଁ ୧୫ କୋଟି ୩୫ ଲକ୍ଷ ଟଙ୍କା ଖର୍ଚ୍ଚ ଆକଳନ ଉପରେ ଆଲୋଚନା ହୋଇଛି । ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରା ପଡିଆକୁ ରାସ୍ତା ସଂଯୋଗ, ଟ୍ରାଫିକ୍ ନିୟନ୍ତ୍ରଣ, ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ୍ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ ସଂଯୋଗ, ପରିମଳ, ସ୍ବାସ୍ଥ୍ୟ ସେବା ଓ ଆଇନ୍ ଶୃଙ୍ଖଳା ଆଦି ଉପରେ ଗୁରୁତ୍ବ ଦିଆଯାଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ସମସ୍ତ ପ୍ରସ୍ତୁତି ସାରିବା ପାଇଁ ମୁଖ୍ୟ ଶାସନ ସଚିବ ସଂପୃକ୍ତ ବିଭାଗର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications