ଆଉ ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା
ଆଉ ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା । ଆଜି ନୁହେଁ କାଲି ସରିବ କଟକ ବାଲିଯାତ୍ରା । ଗୋଟିଏ ଦିନ ବଢିଲା କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ।
କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସୋମବାର ସରିବାର ଥିଲା । ଜନ ସାଧାରଣଙ୍କ ଆଗ୍ରହକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଯୋଗ୍ୟ ଯେ, ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି । କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆଜି ଶେଷ ହେବାର ଥିଲା । କିନ୍ତୁ ଏହାକୁ ଗୋଟିଏ ଦିନ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏହାପୂର୍ବରୁ କଟକ ବାଲିଯାତ୍ରାକୁ ୨ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ କଟକ ମେୟର ସୁବାସ ସିଂ । ତେବେ ୨ ଦିନ ବଦଳରେ ଗୋଟିଏ ଦିନ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଅନୁମତି ଦେଇଛନ୍ତି ।
ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି । ଚଟାପଟ ଖାଇବା ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀ କିଣିବାକୁ ଲୋକ ଭିଡ଼ ଜମାଉଛନ୍ତି । ଏହାଛଡ଼ା ଦୋଳି ଓ ଅନ୍ୟ ରୋମାଞ୍ଚକର ଅନୁଭୂତି ମଧ୍ୟ ନେଉଛନ୍ତି ଜନସାଧାରଣ । ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ।
ସୂଚନାଯୋଗ୍ୟ ଯେ, ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ଆସନ୍ତାକାଲି ଅର୍ଥାତ ଡିସେମ୍ବର ୪ ତାରିଖରେ ସରିବ ବୋଲି ଘୋଷଣା ହୋଇଥିଲା। ଉଦ୍ଯାପନୀ ସମାରୋହରେ ରାଜ୍ୟପାଳ ରଘୁବର ଦାସ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗତକାଲି ଗୋଟିଏ ଦିନରେ ୧୦ ଲକ୍ଷରୁ ଅଧିକ ଲୋକ ବାଲିଯାତ୍ରା ବୁଲିଛନ୍ତି ।












Click it and Unblock the Notifications