କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି

ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ ଚାଲି ପାରିବ। ସମୟ କଟକଣା ଯୋଗୁଁ ଗତ କାଲି ଅସୀମା ପଣ୍ଡାଙ୍କ ସୋ' ଅଧାରୁ ବନ୍ଦ ହୋଇଥିଲା।

ସୂଚନା ଅନୁଯାୟୀ ବାଲିଯାତ୍ରା କଟକ ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ବାଧା ନ ଉପୁଜିବା ସଂକ୍ରାନ୍ତରେ ମାନ୍ୟବର ମୁଖ୍ୟମନ୍ତ୍ରୀ କଟକ ଜିଲାପାଳ ଓ ପୋଲିସ କମିଶନରଙ୍କ ସହ ଆଲୋଚନା କରିଛନ୍ତି। ତଦନୁଯାୟୀ କଟକ ଜିଲାପାଳ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ସମୟରେ ଆଉ ଅଧ ଘଣ୍ଟା ଅଧିକ ସମୟ ଡାକଵାଜି ଯନ୍ତ୍ର ବ୍ୟବହାର କରିବାକୁ ଅନୁମତି ପ୍ରଦାନ କରିଛନ୍ତି।

Cuttack baliyatra cultural events extended

ମଞ୍ଚରେ କଣ୍ଠଶିଳ୍ପୀ ଅସୀମା ପଣ୍ଡା ଗୀତ ବୋଲୁଥିବା ବେଳେ ନିୟମ ଅନୁଯାୟୀ ପୋଲିସ କାର୍ଯ୍ୟକ୍ରମ ବନ୍ଦ କରିଥିଲା ଯାହାକୁ ନେଇ ସାଧାରଣ ଲୋକଙ୍କ ଭିତରେ ଅସନ୍ତୋଷ ଦେଖିବାକୁ ମିଳିଥିଲା । ବାଲିଯାତ୍ରା ଆୟୋଜକଙ୍କ ଉପରେ ବିରକ୍ତି ପ୍ରକାଶ କରିଥିଲେ ଦର୍ଶକ । ଏ ଖବର ଜାଣିବା ପରେ ବିଦେଶରୁ ଥାଇ କଟକ ଜିଲ୍ଲାପାଳ ଓ ପୋଲିସ କମିଶନରଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମରେ କୌଣସି ବାଧା ସୃଷ୍ଟି ନ କରିବାକୁ ସେ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ଅଧଘଣ୍ଟା ବଢିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+